୧୧ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କୁ ଆଇଏଏସ୍‌ ପଦବୀକୁ ପଦୋନ୍ନତି; ଜାଣନ୍ତୁ ଅଛନ୍ତି କିଏ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ୧୧ଜଣ ବରିଷ୍ଠ ଅଧିକାରୀଙ୍କୁ ଶୁକ୍ରବାର କେନ୍ଦ୍ର ସରକାର ଆଇଏଏସ୍‌ ପଦବୀକୁ ପଦୋନ୍ନତି ଦେଇଛନ୍ତି। ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବା ସହ ଏହି ଅଧିକାରୀମାନଙ୍କୁ ୨୦୨୦ ସିଲେକ୍ଟ ଲିଷ୍ଟରେ ସାମିଲ କରାଯାଇଛି। ପରବର୍ତ୍ତୀ ସମୟରେ ଏହି ଅଧିକାରୀମାନଙ୍କୁ ଓଡ଼ିଶା କ୍ୟାଡର୍‌ ଆବଣ୍ଟନ କରାଯିବ।

ଆଇଏଏସ୍‌ ପଦବୀରେ ୨୦୨୦ ସିଲେକ୍ଟ ଲିଷ୍ଟରେ ସୁଷମାରାଣୀ ଦେବୀ, ଦିଲ୍ଲୀପ ରାଉତରାୟ, ସୁଧାକର ବୁର୍ଗି, ଉଦ୍ଧବ ଚନ୍ଦ୍ର ମାଝୀ, ଜ୍ୟୋତି କୁମାର ଲାକ୍ରା, ଇନ୍ଦ୍ରମଣୀ ତ୍ରିପାଠୀ, ସୁବ୍ରତ ଶତପଥୀ, ତ୍ରିଲୋଚନ ପ୍ରଧାନ, ଆଲୋକ କୁମାର କର, ସୁଶାନ୍ତ କୁମାର ଦାଶ ଓ କମଳ ଲୋଚନ ମିଶ୍ର  ଅଛନ୍ତି।

କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୨୦ ଜାନୁୟାରୀ ୧ରୁ ଡିସେମ୍ବର ୩୧ତାରିଖ ମଧ୍ୟରେ ଖାଲି ପଦବୀରେ ୧୧ଜଣ ବରିଷ୍ଠ ଓଏଏସ୍‌ଙ୍କୁ ଆଇଏଏସ୍‌ ପଦବୀକୁ ପଦୋନ୍ନତି ଦିଆଯାଇଛି। ଏହି ଅଫିସରମାନଙ୍କ ଆଇଏଏସ୍‌ ପଦବୀରେ ନିଯୁକ୍ତି ଓ ହାଇକୋର୍ଟରେ ସଞ୍ଜିତା ଦାସ ମାମଲା ଏବଂ ସୂର୍ଯ୍ୟମାଧବ ପାଣିଗ୍ରାହୀଙ୍କ ଦ୍ୱାରା ସ୍ୟାଟରେ ଚାଲିଥିବା ମାମଲାର ଶୁଣାଣିର ଫଳାଫଳ ଉପରେ ନିର୍ଭର କରୁଥିବା ବିଜ୍ଞପ୍ତିରେ ଉଲ୍ଲେଖ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?