୧୧ ରାଜ୍ୟର ରିପୋର୍ଟ ଦେଖିଲେ, ସେପ୍ଟେମ୍ବରରେ ୨ୟ ବୈଠକ

ଭୁବନେଶ୍ବର, ୨୭ା୮(ବ୍ୟୁରୋ): ଓଡ଼ିଶା ବିଧାନସଭାର ସଦସ୍ୟ ଏବଂ ପୂର୍ବତନ ସଦସ୍ୟଙ୍କ ଦରମା, ପେନ୍‌ସନ୍‌, ଭତ୍ତା ବୃଦ୍ଧି ନିମନ୍ତେ ଆସିଥିବା ପ୍ରସ୍ତାବକୁ ନେଇ ଶୁକ୍ରବାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୩ନଂ. ପ୍ରକୋଷ୍ଠରେ ଆୟୋଜିତ ଏହି ବୈଠକରେ ଆଗତ ହୋଇଥିବା ପ୍ରସ୍ତାବ ଉପରେ ଆଲୋଚନା କରାଯାଇଛି। ଦେଶର ବିଭିନ୍ନ ରାଜ୍ୟର ବିଧାୟକଙ୍କୁ କେତେ ଦରମା, ଭତ୍ତା ଏବଂ ପୂର୍ବତନ ବିଧାୟକଙ୍କ କେତେ ପେନ୍‌ସନ ଦିଆଯାଉଛି ସେ ନେଇ ଅନୁଧ୍ୟାନ କରାଯାଇଛି। ପ୍ରାୟ ୧୧ରୁ ୧୨ଟି ରାଜ୍ୟର ତଥ୍ୟ ସରକାର ସଂଗ୍ରହ କରିଛନ୍ତି। ଏ ସଂକ୍ରାନ୍ତରେ ଅନୁଧ୍ୟାନ କରିବା ଲାଗି ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନିର୍ଦ୍ଦେଶରେ ଗଠିତ ୧୧ ଜଣିଆ ପରାମର୍ଶଦାତା କମିଟିକୁ ସମସ୍ତ ତଥ୍ୟ ପ୍ରଦାନ କରାଯାଇଛି। ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହେବ। ଏଥିରେ ଦେଶର ସମସ୍ତ ରାଜ୍ୟର ପୂର୍ଣ୍ଣାଙ୍ଗ ତଥ୍ୟ ପ୍ରଦାନ କରିବାକୁ ସଚିବାଳୟ ଅଧିକାରୀମାନଙ୍କୁ କୁହାଯାଇଛି। ପୂର୍ବତନ ବିଧାୟକଙ୍କୁ ମିଳୁଥିବା ପେନ୍‌ସନ ବହୁତ କମ୍‌। ଏ ଦିଗରେ ଧ୍ୟାନ ଦେବାକୁ ଆଲୋଚନା ହୋଇଛି। ପରବର୍ତ୍ତୀ ବୈଠକରେ ସଂସଦୀୟ ବ୍ୟାପାର ବିଭାଗକୁ ଅନ୍ତର୍ଭୁକ୍ତ କରି ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା ହେବ ବୋଲି ଜଣାପଡ଼ିଛି। ଆବଶ୍ୟକ ସ୍ଥଳେ ଅଧିକ ସୂଚନା ସଂଗ୍ରହ ପାଇଁ କମିଟି ସଦସ୍ୟମାନେ କେତେକ ରାଜ୍ୟକୁ ଗସ୍ତ କରି ରିପୋର୍ଟ ପ୍ରଦାନ କରିବେ ବୋଲି ନିଷ୍ପତ୍ତି ହୋଇଛି। ବୈଠକରେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି, କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି, ବିଜେଡି ବିଧାୟକ ଡା. ନୃସିଂହ ଚରଣ ସାହୁ, ମକରନ୍ଦ ମୁଦୁଲି, ବିଧାନସଭା ସଚିବ ଦାଶରଥି ଶତପଥୀଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri