୧୧ ରାଜ୍ୟର ରିପୋର୍ଟ ଦେଖିଲେ, ସେପ୍ଟେମ୍ବରରେ ୨ୟ ବୈଠକ

ଭୁବନେଶ୍ବର, ୨୭ା୮(ବ୍ୟୁରୋ): ଓଡ଼ିଶା ବିଧାନସଭାର ସଦସ୍ୟ ଏବଂ ପୂର୍ବତନ ସଦସ୍ୟଙ୍କ ଦରମା, ପେନ୍‌ସନ୍‌, ଭତ୍ତା ବୃଦ୍ଧି ନିମନ୍ତେ ଆସିଥିବା ପ୍ରସ୍ତାବକୁ ନେଇ ଶୁକ୍ରବାର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ୫୩ନଂ. ପ୍ରକୋଷ୍ଠରେ ଆୟୋଜିତ ଏହି ବୈଠକରେ ଆଗତ ହୋଇଥିବା ପ୍ରସ୍ତାବ ଉପରେ ଆଲୋଚନା କରାଯାଇଛି। ଦେଶର ବିଭିନ୍ନ ରାଜ୍ୟର ବିଧାୟକଙ୍କୁ କେତେ ଦରମା, ଭତ୍ତା ଏବଂ ପୂର୍ବତନ ବିଧାୟକଙ୍କ କେତେ ପେନ୍‌ସନ ଦିଆଯାଉଛି ସେ ନେଇ ଅନୁଧ୍ୟାନ କରାଯାଇଛି। ପ୍ରାୟ ୧୧ରୁ ୧୨ଟି ରାଜ୍ୟର ତଥ୍ୟ ସରକାର ସଂଗ୍ରହ କରିଛନ୍ତି। ଏ ସଂକ୍ରାନ୍ତରେ ଅନୁଧ୍ୟାନ କରିବା ଲାଗି ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନିର୍ଦ୍ଦେଶରେ ଗଠିତ ୧୧ ଜଣିଆ ପରାମର୍ଶଦାତା କମିଟିକୁ ସମସ୍ତ ତଥ୍ୟ ପ୍ରଦାନ କରାଯାଇଛି। ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହେବ। ଏଥିରେ ଦେଶର ସମସ୍ତ ରାଜ୍ୟର ପୂର୍ଣ୍ଣାଙ୍ଗ ତଥ୍ୟ ପ୍ରଦାନ କରିବାକୁ ସଚିବାଳୟ ଅଧିକାରୀମାନଙ୍କୁ କୁହାଯାଇଛି। ପୂର୍ବତନ ବିଧାୟକଙ୍କୁ ମିଳୁଥିବା ପେନ୍‌ସନ ବହୁତ କମ୍‌। ଏ ଦିଗରେ ଧ୍ୟାନ ଦେବାକୁ ଆଲୋଚନା ହୋଇଛି। ପରବର୍ତ୍ତୀ ବୈଠକରେ ସଂସଦୀୟ ବ୍ୟାପାର ବିଭାଗକୁ ଅନ୍ତର୍ଭୁକ୍ତ କରି ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା ହେବ ବୋଲି ଜଣାପଡ଼ିଛି। ଆବଶ୍ୟକ ସ୍ଥଳେ ଅଧିକ ସୂଚନା ସଂଗ୍ରହ ପାଇଁ କମିଟି ସଦସ୍ୟମାନେ କେତେକ ରାଜ୍ୟକୁ ଗସ୍ତ କରି ରିପୋର୍ଟ ପ୍ରଦାନ କରିବେ ବୋଲି ନିଷ୍ପତ୍ତି ହୋଇଛି। ବୈଠକରେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି, କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି, ବିଜେଡି ବିଧାୟକ ଡା. ନୃସିଂହ ଚରଣ ସାହୁ, ମକରନ୍ଦ ମୁଦୁଲି, ବିଧାନସଭା ସଚିବ ଦାଶରଥି ଶତପଥୀଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri