Posted inଜାତୀୟ

୧୧ ହଜାର ମୁହାଁ ସକ୍ରିୟ ମାମଲା, ୩୨ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ…

ନୂଆଦିଲ୍ଲୀ, ୨୮।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେି ଦୈନିକ କରୋନା ସଂକ୍ରମଣ ମାମଲା ସାମାନ୍ୟ କମିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। ସକ୍ରିୟ ମାମଲା ୧୧ ହଜାର ମୁହାଁ ହେବାରେ ଲାଗିଛି। ଦେଶର ୩୨ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ ଥିବାବେଳେ ୬୩ ଜିଲାରେ ଏହା ୫ରୁ ୧୦ ପ୍ରତିଶତ ମଧ୍ୟରେ ରହିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଗତ ୨୪ ଘଣ୍ଟାରେ ଏହା ୧,୫୭୩ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧,୮୦୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୧ହଜାର ମୁହାଁ ହୋଇଛି। ଏହା ୧୦ ହଜାର ୯୮୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୦ ହଜାର ୩୦୦ଥିଲା। ସେହିପରି ୨୪ ଘଣ୍ଟାରେ ୮୮୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୯୩୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୪୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୭ ହଜାର ୫୨୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୬୫ ହଜାର ୭୦୩ ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୭୯ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୨ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୧.୩୦ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୧.୪୭ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri