Posted inଜାତୀୟ

୧୧ ହଜାର ମୁହାଁ ସକ୍ରିୟ ମାମଲା, ୩୨ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ…

ନୂଆଦିଲ୍ଲୀ, ୨୮।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେି ଦୈନିକ କରୋନା ସଂକ୍ରମଣ ମାମଲା ସାମାନ୍ୟ କମିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। ସକ୍ରିୟ ମାମଲା ୧୧ ହଜାର ମୁହାଁ ହେବାରେ ଲାଗିଛି। ଦେଶର ୩୨ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ ଥିବାବେଳେ ୬୩ ଜିଲାରେ ଏହା ୫ରୁ ୧୦ ପ୍ରତିଶତ ମଧ୍ୟରେ ରହିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଗତ ୨୪ ଘଣ୍ଟାରେ ଏହା ୧,୫୭୩ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧,୮୦୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୧ହଜାର ମୁହାଁ ହୋଇଛି। ଏହା ୧୦ ହଜାର ୯୮୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୦ ହଜାର ୩୦୦ଥିଲା। ସେହିପରି ୨୪ ଘଣ୍ଟାରେ ୮୮୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୯୩୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୪୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୭ ହଜାର ୫୨୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୬୫ ହଜାର ୭୦୩ ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୭୯ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୨ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୧.୩୦ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୧.୪୭ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri