Odisha Elections 2024
Posted inଖେଳ

କ୍ରିକେଟ୍‌ ଖେଳୁଥିବାବେଳେ ପ୍ରାଇଭେଟ୍‌ ପାର୍ଟରେ ବାଜିଲା ବଲ୍‌: ପଡ଼ିଆରେ ଚାଲିଗଲା ଜୀବନ

ନୂଆଦିଲ୍ଲୀ,୬।୫: ଆଜିକାଲି ଯୁବବର୍ଗଙ୍କୁ କ୍ରିକେଟ୍‌ ନିଶା ଘାରିଛି। କ୍ରିକେଟ୍‌ ଦେଖିବା ଏବଂ ଖେଳିବାକୁ ମଜା ଲାଗିଥାଏ। ବେଳେବେଳେ ଏହି ଖେଳ ବିପଜ୍ଜନକ ପ୍ରମାଣିତ ହୁଏ। କ୍ରିକେଟରେ ଖେଳାଳିମାନେ ବଲ ଦ୍ୱାରା ଆଘାତ ପାଇ ଅନେକ ସମୟରେ ଆହତ ହୁଅନ୍ତି। ମହାରାଷ୍ଟ୍ରରେ ଏଭଳି ଏକ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟାଟ୍ସମ୍ୟାନ ଏପରି ଏକ ଶଟ ମାରିଥିଲେ ଯେ ବଲ ବୋଲରଙ୍କ ପ୍ରାଇଭେଟ୍‌ ପାର୍ଟକୁ ଆଘାତ କଲା ଏବଂ ସେ ସେଠାରେ ହିଁ ଟଳିପଡିଥିଲେ।
ପୁଣେର ଲୋହେଗାଓଁରେ କ୍ରିକେଟ ଖେଳୁଥିବାବେଳେ ୧୧ ବର୍ଷର ନାବାଳକଙ୍କ ସହ ଏହି ଘଟଣା ଘଟିଛି। ତାଙ୍କ ନାମ ଶୌର୍ଯ୍ୟ ଓରଫ ଶମ୍ଭୁ କାଲିଦାସ ଖଣ୍ଡଭେ ବୋଲି ଜଣାପଡିଛି। ଶୌର୍ଯ୍ୟ ତାଙ୍କ ସାଙ୍ଗମାନଙ୍କ ସହ କ୍ରିକେଟ ଖେଳୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ଦେଖାଦେଇଥିଲା।
ମିଳିଥିବା ସୂଚନା ଅନୁଯାୟୀ, ଶୌର୍ଯ୍ୟ ବୋଲିଂ କରୁଥିଲେ ଏବଂ ଅନ୍ୟ ଜଣେ ପିଲା ବ୍ୟାଟିଂ କରୁଥିଲେ, ଶୌର୍ଯ୍ୟ ବଲ ଫିଙ୍ଗିବା ମାତ୍ରେ ବ୍ୟାଟିଂ କରୁଥିବା ଅନ୍ୟ ପିଲା ଏକ ସଟ ଖେଳିଥିଲେ, ବଲ ଶୌର୍ଯ୍ୟଙ୍କ ପ୍ରାଇଭେଟ୍‌ ପାର୍ଟରେ ବାଜିଥିଲା। ହଠାତ୍‌ ସେ ପଡିଯାଇଥିଲେ। ଶୌର୍ଯ୍ୟ ପଡ଼ିଯିବା ପରେ ସେଠାରେ ଉପସ୍ଥିତ ଥିବା ଅନ୍ୟ ଲୋକମାନେ ତାଙ୍କ ଆଡକୁ ଦୌଡିଥିଲେ। ଏହା ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା।
କ୍ରିକେଟ ବଲ ବେଳେବେଳେ ସାଂଘାତିକ ପ୍ରମାଣିତ ହୁଏ। ବୃତ୍ତିଗତ କ୍ରିକେଟ ରେ ମଧ୍ୟ କ୍ରିକେଟ ବଲ ଅନେକ ଲୋକଙ୍କ ଜୀବନ ନେଇଛି, ଯେଉଁଥିରୁ ଅଷ୍ଟ୍ରେଲୀୟ କ୍ରିକେଟର ଫିଲ ହ୍ୟୁଜଙ୍କ ଘଟଣା ଅତ୍ୟନ୍ତ ପ୍ରସିଦ୍ଧ। ବ୍ୟାଟିଂ କରୁଥିବାବେଳେ ଫିଲ ହ୍ୟୁଜ ଏକ ବଲରେ ଆଘାତ ପାଇଥିଲେ, ଯାହା ପରେ ସେ ପ୍ରାଣ ହରାଇଥିଲେ। ଫିଲ ହ୍ୟୁଜ ଏକ ବାଉନ୍ସର୍‌ ବଲର ଶିକାର ହୋଇଥିଲେ, ଯାହା ତାଙ୍କ ପାଇଁ ସାଂଘାତିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବେଙ୍ଗାଲୁରୁକୁ ଜିତିଲା ଧୋନୀଙ୍କ ଛକା, ଦୀନେଶ କାର୍ତ୍ତିକ କଲେ ବଡ଼ ଖୁଲାସା

ବେଙ୍ଗାଲୁରୁ,୧୯।୫: ଶନିବାର ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ବିଜୟ ହାସଲ କରି...

ପ୍ଲେ ଅଫ୍‌ରେ ଆରସିବି

ବେଙ୍ଗାଲୁରୁ,୧୮ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚକୁ ୨୭ ରନ୍‌ରେ ଜିତି ନାଟକୀୟ ଢଙ୍ଗରେ ପ୍ଲେ ଅଫ୍‌ରେ ପ୍ରବେଶ କରିଛି ରୟାଲ...

ପ୍ରଶଂସକଙ୍କୁ ଗୋଟିଏ ଖୁସି କେବେବି ଦେଇ ପାରିବେନି କୋହଲି, ଆଇପିଏଲରେ ଗୋଟିଏ କାମ କରିବାକୁ ଡରୁଛନ୍ତି…

ନୂଆଦିଲ୍ଲୀ,୧୮।୫: ବିରାଟ କୋହଲି ବର୍ତ୍ତମାନ ସମୟର ଜଣେ ମହାନ ବ୍ୟାଟ୍ସମ୍ୟାନ। ଏହି ସମୟରେ ସେ ମଧ୍ୟ ବହୁତ ଭଲ ଫର୍ମରେ ଅଛନ୍ତି। ତାଙ୍କ ବ୍ୟାଟ ଆଇପିଏଲ...

ମନ କଥା ଖୋଲିକି କହିଦେଲେ କୋହଲି: କରିବାକୁ ଚାହୁଁନ୍ତି ଏହି କାମ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ୨୦୨୪ର ୬୮ତମ ମ୍ୟାଚ ଆରସିବି ଏବଂ ସିଏସ୍‌କେ ମଧ୍ୟରେ ଆଜି ଖେଳାଯିବ। ଏହି ମ୍ୟାଚ ଉଭୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ। ଚେନ୍ନାଇ ସୁପର...

କ୍ୟାମେରାମ୍ୟାନ୍‌ଙ୍କୁ ହାତଯୋଡି ଏମିତି ଗୁହାରି କଲେ ରୋହିତ ଶର୍ମା

ମୁମ୍ବାଇ,୧୮।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳ ଅପେକ୍ଷା ଦଳ ପରିଚାଳନା ପାଇଁ ଅଧିକ ଚର୍ଚ୍ଚାରେ ରହିଥିଲା। ବିଶେଷ ଭାବେ ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ...

୩ ବଲ୍‌ରେ ୩ ଉଇକେଟ୍‌ ଗଲା, କିନ୍ତୁ ଘୋଷଣା ହେଲାନି ହ୍ୟାଟ୍ରିକ୍‌: ଜାଣନ୍ତୁ କାହିଁକି

ମୁମ୍ବାଇ,୧୮।୫: ମୁମ୍ବାଇର ୱାଙ୍ଖେଡେଠାରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଆଇପିଏଲର ୬୭ ତମ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚର କୌଣସି ବିଶେଷ...

ଏଥର ଟି-୨୦ ବିଶ୍ୱକପ୍‌ କିଏ ହେବ ଚାମ୍ପିୟନ୍‌: ଜୟ ଶାହା କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଟି-୨୦ ବିଶ୍ୱକପ ପାଇଁ ପ୍ରସ୍ତୁତ। ଏହି ଟୁର୍ନାମେଣ୍ଟ ଜୁନ ୨ରୁ ଆରମ୍ଭ ହେଉଛି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ...

ଉଇକେଟ୍‌ ନ ମିଳିବାକୁ ରାଗିଗଲେ ଅର୍ଜୁନ ତେନ୍ଦୁଲକର: କଲେ ଏମିତି କାମ…

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ଖେଳିବାର ସୁଯୋଗ ଦେଇଥିଲା। ଫଳରେ ଅର୍ଜୁନ ଆଇପିଏଲ ୨୦୨୪ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri