୧୧ବର୍ଷ ବିତିଲା, କାର୍ଯ୍ୟକ୍ଷମ ହୋଇନି

ଖଡ଼ିଆଳ,୧୪ା୭(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମରେ ରହିଛି ଆଦିବାସୀ ଛାତ୍ରୀ ନିବାସ। ୨୦୧୨-୧୩ ମସିହାରେ ଶହେ ଶଯ୍ୟା ବିଶିଷ୍ଟ ଆଦିବାସୀ ଛାତ୍ରୀ ନିବାସ ନିର୍ମାଣ ହୋଇ ତତ୍କାଳୀନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଥିଲା। ୧୦୦ ଶଯ୍ୟା ବିଶିଷ୍ଠ ଏହି ଛାତ୍ରୀ ନିବାସରେ ଷଷ୍ଠରୁ ଦଶମ ଶ୍ରେଣୀ ଯାଏ ୧୦ଜଣ ଅନୁସୂଚିତ ଜାତି ଏବଂ ୯୦ଜଣ ଅନୁସୂଚିତ ଜନଜାତି ଛାତ୍ରୀ ରହିବାର ବ୍ୟବସ୍ଥା ରହିଥିଲା। ଡୁଆଝର ହାଇସ୍କୁଲରେ ପଢୁଥିବା ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତିର ମୋଟ ଶହେଜଣ ଛାତ୍ରୀ ଏଠାରେ ରହିବା ସ୍ଥିରୀକୃତ ହୋଇଥିଲା। ଏଥିପାଇଁ ଓ୍ବାଡେନ, ଜଣେ ମେଟ୍ରନ ଓ ୨ଜଣ ରୋଷେୟା ନିଯୁକ୍ତି ହୋଇଛନ୍ତି। ହେଲେ ଇତିମଧ୍ୟରେ ୧୧ବର୍ଷ ବିତିଯାଇଥିଲେ ମଧ୍ୟ ଛାତ୍ରୀ ନିବାସରେ କୌଣସି କାରଣରୁ ପିଲା ରହୁନାହାନ୍ତି। ଫଳରେ ରକ୍ଷଣାବେକ୍ଷଣଠାରୁ କର୍ମଚାରୀଙ୍କ ଦରମା ଯାଏ ସରକାରୀ ତହବିଲରୁ ଅର୍ଥ ଖର୍ଚ୍ଚ ହେଉଥିଲେ ହେଁ ଯେଉଁ ଉଦ୍ଦେଶ୍ୟରେ ଛାତ୍ରୀ ନିବାସ ନିର୍ମାଣ ହୋଇଥିଲା ତାହା ସକାର ହୋଇ ପାରିନାହିଁ।
ଛାତ୍ରୀ ନିବାସ ନିର୍ମାଣ ପରେ ପ୍ରାରମ୍ଭିକ ପର୍ଯ୍ୟାୟରେ ଆବଶ୍ୟକ ଛାତ୍ରୀ ମିଳି ନ ଥିବା କୁହାଯାଉଛି। ହେଲେ ପରବର୍ତ୍ତୀ ପର୍ଯ୍ୟାୟରେ ବିଭାଗ ପକ୍ଷରୁ ପଦକ୍ଷେପ ନିଆ ନ ଯିବାରୁ ଆଜି ଏହା କେବଳ ସାଇନବୋର୍ଡରେ ସୀମିତ ରହିଛି। ଛାତ୍ରୀ ନିବାସ ଅବଧି ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇ ନ ଥିବା ବେଳେ ଜିଲା ପ୍ରଶାସନ ମରାମତି ଆଦି ବାବଦରେ ଟଙ୍କା ଖର୍ଚ୍ଚ କରୁଛି। ଆରଏଲଟିଏପି ପାଣ୍ଠିରୁ ୨୦୧୮-୧୯ ମସିହାରେ ୫ଲକ୍ଷ ୨୦ହଜାର ଟଙ୍କା ମରାମତି ପାଇଁ ଖର୍ଚ୍ଚ ହୋଇଛି। ୨୦୧୯-୨୦ ମସିହାରେ ପାଚେରି ମରାମତି କରାଯାଇ ଥିବା ସୂଚନା ଫଳକରୁ ଜଣାପଡିଛି। ଏପରିକି ରାସ୍ତା କଂକ୍ରିଟକରଣ ତଥା ଅନ୍ୟାନ୍ୟ ଉନ୍ନତିମୂଳକ କାର୍ଯ୍ୟ ପାଇଁ ପ୍ରତ୍ୟେକ ବର୍ଷ ଅର୍ଥ ବିନିଯୋଗ ହେଉଛି। ଏଠାରେ ଜଣେ ମଧ୍ୟ ଛାତ୍ରୀ ଅଧ୍ୟୟନ କରି ନ ଥିବାବେଳେ ଛାତ୍ରୀ ନିବାସରେ କିପରି ଲକ୍ଷଲକ୍ଷ ଟଙ୍କା ଖର୍ଚ୍ଚ କରାଯାଉଛି ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ସମ୍ପର୍କରେ ଖଡ଼ିଆଳ ମଙ୍ଗଳ ଅଧିକାରୀ କ୍ଷଣପ୍ରଭା ପାଣିଗ୍ରାହୀଙ୍କୁ ପଚାରିବାରୁ ଚଳିତ ବର୍ଷ ଛାତ୍ରୀ ନିବାସ କାର୍ଯ୍ୟାରମ୍ଭ କରିବାକୁ ସମସ୍ତ ପ୍ରସ୍ତୁତି ଚାଲିଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?