ଗଞ୍ଜାମରେ ସୃଷ୍ଟିହେବ ୧୧୦ ଅମୃତ ସରୋବର

ଛତ୍ରପୁର,୨୯ା୮(ଡି.ଏନ୍‌.ଏ): ଦେଶ ପାଳନ କରୁଛି ଅମୃତ ମହୋସତ୍ବ। ଏହି ଅବସରରେ ଦେଶବ୍ୟାପୀ ଜଳ ଶକ୍ତି ଅଭିଯାନ ଅନ୍ତର୍ଗତ ଅମୃତ ସରୋବର ଖନନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାରେ ୧୧୦ଟି ଅମୃତ ସରୋବର ସୃଷ୍ଟି କରିବା ଲକ୍ଷ୍ୟ ରଖାଯାଇଛି। ପ୍ରତି ବ୍ଲକରେ ୫ଟି ଲେଖାଏଁ ଅମୃତ ସରୋବର ନିର୍ମାଣ ଯୋଜନା ହାତକୁ ନିଆଯାଇଥିବା ସୂଚନା ଦିଆଯାଇଛି। ଜିଲାରେ ୧୫ଟି ସରୋବର ଅଗଷ୍ଟ ୧୫ ତଥା ସ୍ବାଧିନତା ଦିବସରେ ଉଦ୍‌ଘାଟିତ ହୋଇଯାଇଛି। ଏଥିସହ ଉକ୍ତ ସରୋବର ସମ୍ମୁଖରେ ଜାତୀୟ ପତାକା ମଧ୍ୟ ଉତ୍ତୋଳନ କରାଯାଇଥିଲା। ଏହି ସରୋବର ନିର୍ମାଣ ହେଲେ ପାନୀୟ ଜଳ ଯୋଗାଣ, ପନିପରିବା ଚାଷ ଓ ଫାର୍ମ ପାଇଁ ଜଳସେଚନ ସୁବିଧା ମିଳିବା ସହ ଭବିଷ୍ୟତରେ ଭୂତଳ ଜଳ ରିଚାର୍ଜ ହୋଇପାରିବ। ମହାମତ୍ାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମଜିଏନ୍‌ଆର୍‌ଇଜିଏସ୍‌) ରେ ଏହା ତ୍ୱରାନ୍ବିତ କରାଯାଉଛି। ଏଥିସହ ସରୋବରର ଚତୁଃପାର୍ଶ୍ୱରେ ଗ୍ରାସ ଟର୍ଫ, ବନୀକରଣ ଓ ଫଳ ଗଛ ଲଗାଯିବାକୁ ସ୍ଥିର ହୋଇଛି। ପ୍ରତି ସରୋବର ଏକ ଏକର ଜମିରେ ନିର୍ମାଣ କରାଯାଉଛି ଓ ଏଥିରେ ୧୦ ହଜାର କ୍ୟୁବିକ୍‌ ମିଟର ଜଳ ରହିବା କ୍ଷମତା ରହିଛି। ଏହି କାର୍ଯ୍ୟରେ ୨୦୦ ଲୋକଙ୍କୁ କାମ ମିଳିପାରୁଥିବା କୁହାଯାଇଛି। ଜିଲାର ପ୍ରତି ବ୍ଲକରେ ୫ଟି ସରୋବରରେ ୫୦ ହଜାର କ୍ୟୁବିକ୍‌ ମିଟର ଜଳ ରହିବାକୁ ଥିବାବେଳେ ଏହା ଚାଷୀଙ୍କ ପାଇଁ ଆଉ ଜଳସେଚନ ସମସ୍ୟା ରହିବନି ବୋଲି କୁହାଯାଇଛି। ଏଥିସହ ଗ୍ରାମୀଣ ଲୋକଙ୍କୁ ଜୀବିକା ମିଳିବା ସହ ଅର୍ଥନୈତିକ ବିକାଶ ହୋଇପାରିବ ବୋଲି ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା କହିଛନ୍ତି। ଗଞ୍ଜାମ ଜିଲା, ବ୍ଲକ ଓ ପଞ୍ଚାୟତରେ ଏହି କାର୍ଯ୍ୟ ସଫଳତାର ସହ ଆଗେଇ ଚାଲିଥିବା ଜିଲାପରିଷଦର ମୁଖ୍ୟ ବିକାଶ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭି.କିର୍ତ୍ତିଭାସନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri