୧୧୦ କୋଟି ଲୋକଙ୍କୁ ମିଳିବ ଦୃଷ୍ଟିଶକ୍ତି, ଜାତିସଂଘ ଯୋଗାଇଦେବ ସହାୟତା…

ଜେନେଭା,୨୫।୭: ପୃଥିବୀର ୧୧୦ କୋଟି ଲୋକଙ୍କୁ ଏବେ ଦୃଷ୍ଟିଶକ୍ତି ମିଳିବ। ଏନେଇ ଜାତିସଂଘ ପକ୍ଷରୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ। ଜାତିସଂଘର ସାଧାରଣ ସଭାରେ ଏସମ୍ପର୍କିତ ଏକ ପ୍ରସ୍ତାବକୁ ୧୦୦ରୁ ଅଧିକ ସଦସ୍ୟ ରାଷ୍ଟ୍ର ସମର୍ଥନ କରିଛନ୍ତି। ପୃଥିବୀର ସମସ୍ତ ଲୋକଙ୍କ ଦୃଷ୍ଟିଶକ୍ତିକୁ ନିଶ୍ଚିତ କରିବା ଲାଗି ଜାତିସଂଘ ପକ୍ଷରୁ ଏକ ନୂତନ ସଂକଳ୍ପ ଗ୍ରହଣ କରିଯାଇଛି। ଜାତସଂଘର ୧୯୩ ସଦସ୍ୟ ରାଷ୍ଟ୍ରରେ ଥିବା ଦୃଷ୍ଟି ବାଧିତ ଲୋକଙ୍କୁ ୨୦୩୦ ସୁଦ୍ଧା ସହାୟତା ଯୋଗାଇ ଦିଆଯିବ। ବାଂଲାଦେଶ, ଆଣ୍ଟିଗୁଆ ଏବଂ ଆୟର୍ଲାଣ୍ଡରୁ ପକ୍ଷରୁ ସାଧାରଣ ସଭାରେ ଏହି ପ୍ରସ୍ତାବ ଆଗତ କରାଯାଇଥିଲା। ଏହି ପ୍ରସ୍ତାବ ଅନୁଯାୟୀ, ସମସ୍ତ ଦେଶର ସରକାର, ଆନ୍ତର୍ଜାତୀୟ ଆର୍ଥିକ ପ୍ରତିଷ୍ଠାନ ଏବଂ ଆର୍ଥିକ ସହାୟତାକାରୀଙ୍କ ଦ୍ୱାରା ଦୃଷ୍ଟି ବାଧିତଙ୍କ ଚିକିତ୍ସା ଲାଗି ସାହାଯ୍ୟ ଯୋଗାଇ ଦିଆଯିବ। ସାଧାରଣ ସଭାରେ ଏହା ମଧ୍ୟ ଆକଳନ କରାଯାଇଛି ଯେ, ୨୦୫୦ ସୁଦ୍ଧା ପୃଥିବୀର ମୋଟ ଜନସଂଖ୍ୟାର ପ୍ରାୟ ଅଧା ଲୋକଙ୍କଠାରେ ଆଖି ସମସ୍ୟା ଦେଖାଯିବାର ଆଶଙ୍କା ରହିଛି। ଆଖି ସମସ୍ୟାରୁ ଠିକ୍‌ ହେବାର ସମ୍ଭାବନା ଥିବା ୧୧୦ କୋଟି ଲୋକଙ୍କ ମଧ୍ୟରୁ ୯୦ ପ୍ରତିଶତ ଜନସଂଖ୍ୟା ସ୍ବଳ୍ପ କିମ୍ବା ମଧ୍ୟମ ବର୍ଗର ଅର୍ଥନୀତି ଥିବା ଦେଶରେ ରହିଛନ୍ତି। ସେମାନଙ୍କ ମଧ୍ୟରେ ୫୫ ପ୍ରତିଶତ ମହିଳା ଅଛନ୍ତି। ଦୃଷ୍ଟି ସମସ୍ୟା ଯୋଗୁ ପୃଥିବୀର ମୋଟ ତ୍ତତ୍ପାଦନ କ୍ଷମତା ଉପରେ ପ୍ରାୟ ୪୧୧ ଶହ କୋଟି ଡଲାରର କ୍ଷତି ହେଉଛି। ଏସବୁ ଲୋକଙ୍କ ଆଖିର ସମସ୍ୟା ଦୂର ହେଲେ ସମଗ୍ର ପୃଥିବୀର ରୋଜଗାରରେ ୧୦ ପ୍ରତିଶତ ବୃଦ୍ଧି ଘଟିବ ବୋଲି ଅଗାତ ହୋଇଥିବା ପ୍ରସ୍ତାବରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri