ଚଳିତବର୍ଷ ବାଲିଯାତ୍ରାରେ ଖୋଲିବ ୧୧ ଶହ ଦୋକାନ, ଜାଣନ୍ତୁ କିପରି କରିବେ ପଞ୍ଜିକରଣ

କଟକ,୧୫।୧୦: ପ୍ଲଟ ପଞ୍ଜୀକରଣ କଟକର ଐତିହାସିକ ବାଲିଯାତ୍ରା ଆସନ୍ତା ମାସ ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏଥିନିମନ୍ତେ ପ୍ଲଟ୍ ଆବଣ୍ଟନ ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଏହି ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିବ । ୧୦ଟି ଟିମ୍ ପଞ୍ଜୀକରଣ ପାଇଁ ନିୟୋଜିତ ହୋଇଛନ୍ତି । ଚଳିତବର୍ଷ ୧୧ ଶହ ପ୍ଲଟ୍ ନିଲାମ ପ୍ରକ୍ରିୟାରେ ଅନ୍ତର୍ଭୁକ୍ତ ହୋଇଛି ।

ଜମି ପଞ୍ଜିକରଣ ଓ ନିଲାମ ଶାନ୍ତି ଶୃଙ୍ଖଳାରେ ଶେଷ ହେବା ନେଇ କଟକ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଦିଗ ପ୍ରତି ଧ୍ୟାନ ଦିଆଯାଇଛି ବୋଲି ଜିଲ୍ଲା ସଂସ୍କୃତି ଅଧିକାରୀ କହିଛନ୍ତି । ସୂଚନାଯୋଗ୍ୟ, ଗତବର୍ଷ ୯୦୦ରୁ ଊର୍ଦ୍ଧ୍ୱ ବ୍ୟବସାୟୀ ବାଲିଯାତ୍ରା ପାଇଁ ପ୍ଲଟ୍ ପଞ୍ଜୀକରଣ କରିଥିଲେ । ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଚଳିତ ବର୍ଷ ବାଲିଯାତ୍ରାରେ ଟ୍ରାଫିକ୍‌ ପରିଚାଳନା ଓ ଟଏଲଟ୍‌ ସମସ୍ୟାକୁ ଗୁରୁତ୍ବ ଦିଆଯାଉଛି। ଶୃଙ୍ଖଳିତ ଓ ସୁରକ୍ଷିତ ବାଲିଯାତ୍ରା କରାଯିବା ନେଇ ମଧ୍ୟ ଗୁରୁତ୍ବ ଦିଆଯିବ ବୋଲି ସେ କହିଛନ୍ତି।

କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri