୧୧ହଜାର ବସ୍ତା ସିମେଣ୍ଟ ଜବତ

କଟକ ଅଫିସ,୨୩ା୧୨: କଟକ ଜଗତ୍‌ପୁର ଅଞ୍ଚଳରେ ଥିବା ଏକ ସିମେଣ୍ଟ ଗୋଦାମ ଉପରେ ମଙ୍ଗଳବାର ପୋଲିସ ଚଢାଉ କରିଥିଲା। ସେଠାରୁ ପ୍ରାୟ ୧୦ ହଜାର ବସ୍ତା ଏକ୍ସପାଏରି ସିମେଣ୍ଟ ଓ ୧ହଜାର ବସ୍ତା ଭଲ ସିମେଣ୍ଟ, ୫ହଜାର ପ୍ୟାକେଜିଙ୍ଗ ପଲିଥିନ, ଚାଲୁଣି, ହାତୁଡି ଆଦି ଜବତ କରାଯାଇଛି। ଏହି ଘଟଣାରେ ସଂସ୍ଥାର ଦେବେସ ଜୋଷୀ ନାମକ କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ଏ ନେଇ ଜଗତ୍‌ପୁର ଥାନାରେ ଏକ ମାମଲା (ନଂ.୫୩୫/୨୦) ରୁଜୁ ହୋଇଛି।
ପୋଲିସ ସୂଚନା ଅନୁଯାୟୀ, ଗୋଟିଏ ଟ୍ରକରେ ଅପମିଶ୍ରିତ ସିମେଣ୍ଟ ଲୋଡ୍‌ ହେଉଥିବାବେଳେ ଖବରପାଇ ପୋଲିସ ଟିମ୍‌ ସେଠାରେ ପହଞ୍ଚତ୍ଥିଲା। ଉକ୍ତ ଟ୍ରକରୁ ସିମେଣ୍ଟ ଜବତ କରିବାବେଳେ ପାଖରେ ଏକ ଗୋଦାମ ଥିବା ପୋଲିସ ଜାଣିବାକୁ ପାଇଥିଲା। ପରେ ଉକ୍ତ ଗୋଦାମରେ ଚଢ଼ାଉ କଲାବେଳେ ଅନେକ ତଥ୍ୟ ସାମ୍ନାକୁ ଆସିଥିଲା। ଏହି ଗୋଦାମରେ ଏକ୍ସପାଏରି ସିମେଣ୍ଟକୁ ମାର୍ତୁଲରେ ଭାଙ୍ଗି ପାଉଡର କରାଯାଉଥିଲା। ସେଥିରେ ଆଉକିଛି ଭଲ ସିମେଣ୍ଟ ମିଶାଇ ଅମ୍ବୁଜା ସିମେଣ୍ଟ ନାମରେ ପ୍ୟାକିଂ କରାଯାଇ ବଜାରକୁ ବିକ୍ରି ଉଦ୍ଦେଶ୍ୟରେ ଛଡାଯାଉଥିଲା। ଏହି ଚଢ଼ାଉରେ କଟକ ଜୋନ୍‌-୧ ଏସିପି, ଜଗତ୍‌ପୁର ଥାନା ଆଇଆଇସି ରବୀନ୍ଦ୍ର ମେହେରଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri