୧୧ ହଜାର ଟପିଲା ମୃତ୍ୟୁ

ଗାଜିଆଣ୍ଟେପ, ୯।୨: ତୁର୍କୀ ଓ ସିରିଆରେ ଅନୁଭୂତ ଶକ୍ତିଶାଳୀ ଭୂକମ୍ପକୁ ତିନିଦିନ ବିତିଯାଇଛି। ଦିନ ବିତିବା ସାଙ୍ଗକୁ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ବୁଧବାର ଭୂକମ୍ପଜନିତ ମୃତ୍ୟୁ ସଂଖ୍ୟା ୧୧,୨୦୦ରେ ପହଞ୍ଚିଛି। ତୁର୍କୀ ରାଷ୍ଟ୍ରପତି ରିସେପ ଟାୟିପ ଇର୍ଡୋଗାନ୍‌ ଭୂକମ୍ପରେ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି। କୌଣସି ନାଗରିକଙ୍କୁ ଅସହାୟ ଭାବେ ରାସ୍ତା କଡ଼ରେ ଛଡ଼ାଯିବ ନାହିଁ ବୋଲି ଇର୍ଡୋଗାନ୍‌ ଭୂକମ୍ପ ସ୍ଥିତି ପରିଦର୍ଶନ ବେଳେ କହିଛନ୍ତି। ଭୂକମ୍ପରେ ତୁର୍କୀରେ ବର୍ତ୍ତମାନ ସୁଦ୍ଧା ୮,୫୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ସେ ସୂଚନା ଦେଇଛନ୍ତି। ରେସ୍କ୍ୟୁଟିମ୍‌ ପକ୍ଷରୁ ଦିନରାତି ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ଅନ୍ୟପକ୍ଷେ ସିରିଆ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସଂଗୃହୀତ ସୂଚନା ଅନୁସାରେ ୧,୨୫୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨,୦୫୪ ଆହତ ହୋଇଛନ୍ତି। ତୁର୍କୀରେ ବର୍ତ୍ତମାନ ୬୦,୦୦୦ ଉଦ୍ଧାରକାରୀ ଦଳ ପକ୍ଷରୁ ରେସ୍କ୍ୟୁ କାର୍ଯ୍ୟ ଚାଲିଛି। ପାଖାପାଖି ୨୪ରୁ ଊର୍ଦ୍ଧ୍ୱ ଦେଶ ତୁର୍କୀକୁ ସାହାଯ୍ୟର ହାତ ବଢ଼ାଇଛନ୍ତି। ଭଗ୍ନାବଶେଷ ତଳୁ ମୋଟ ୮୦୦୦ ଲୋକଙ୍କୁ ଉଦ୍ଧାର କରାଯାଇଥିବାବେଳେ ୩,୮୦,୦୦୦ ଜଣ ବିଭିନ୍ନ ହୋଟେଲ ଏବଂ ଆଶ୍ରୟସ୍ଥଳଗୁଡ଼ିକରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?