୧୧ ହଜାର ଶିକ୍ଷକ ପାଇବେ ନିଯୁକ୍ତି

ଭୁବନେଶ୍ୱର, ୮ା୬(ବ୍ୟୁରୋ): ରାଜ୍ୟର ହାଇସ୍କୁଲଗୁଡ଼ିକରେ ୧୧ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଜୁନ୍‌ ଶେଷ ସୁଦ୍ଧା ଏହି ଶିକ୍ଷକମାନଙ୍କୁ ନିଯୁକ୍ତି ଦିଆଯିବ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୧ ହଜାର ଶିକ୍ଷକଙ୍କ ନିଯୁକ୍ତି ପାଇଁ କିଛି ମାସ ତଳେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏ ନେଇ ପ୍ରକ୍ରିୟା ଶେଷ ହୋଇଛି। ଚଳିତ ମାସ ଭିତରେ ସେମାନଙ୍କୁ ନିଯୁକ୍ତି ଦିଆଯିବ। ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ନିଯୁକ୍ତପତ୍ର ପ୍ରଦାନ କରିବେ। ଏଥିସହ ଆଦର୍ଶ ବିଦ୍ୟାଳୟଗୁଡ଼ିକରେ ୧୭ଶହ ଶିକ୍ଷକଙ୍କୁ ନିଯୁକ୍ତି ଦେବା ନେଇ ପୂର୍ବରୁ ବିଜ୍ଞପ୍ତି ବାହାରିଥିଲା ବୋଲି ମନ୍ତ୍ରୀ ଦାଶ କହିଛନ୍ତି।
ସୂଚନାଯୋଗ୍ୟ, ଗତବର୍ଷ ଡିସେମ୍ବର ୧୬ ତାରିଖରେ ୬ହଜାର ଶିକ୍ଷକଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଥିଲେ, ଯାହା କି ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଇତିହାସ ଥିଲା। ଏହା ପୂର୍ବରୁ ଗୋଟିଏ ଦିନରେ ଏତେ ସଂଖ୍ୟକ ଶିକ୍ଷକଙ୍କୁ କେବେ ନିଯୁକ୍ତି ଦିଆଯାଇ ନ ଥିଲା। ଡିସେମ୍ବର ୧୬ରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ନିଯୁକ୍ତିପତ୍ର ପ୍ରଦାନ କରିଥିଲେ। ଏତେ ସଂଖ୍ୟକ ଶିକ୍ଷକଙ୍କୁ ନିଯୁକ୍ତି ଦେବା ପ୍ରକ୍ରିୟା ପାଇଁ ମାତ୍ର ୪୭ଦିନ ଲାଗିଥିଲା। ୬ହଜାର ଶିକ୍ଷକଙ୍କ ମଧ୍ୟରେ ୨,୨୩୬ଜଣ କଳା, ୧୭୭୯ ବିଜ୍ଞାନ, ୮୨୯ ହିନ୍ଦୀ, ୭୯୬ ସଂସ୍କୃତ ଏବଂ ପିଇଟି ଓ ୩ଜଣ ତେଲୁଗୁ ଶିକ୍ଷକ ରହିଥିଲେ। ଏବେ ରାଜ୍ୟ ସରକାର ଆଉ ଏକ ଇତିହାସ ସୃଷ୍ଟି କରିବାକୁ ଯାଉଛନ୍ତି। ପୁଣି ଗୋଟିଏ ଦିନରେ ସର୍ବାଧିକ ୧୧ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଅନ୍ୟପକ୍ଷରେ ରାଜ୍ୟରେ ହାଇସ୍କୁଲ ରୂପାନ୍ତରଣ ହେଉଥିବାବେଳେ ଆଗକୁ ପ୍ରାଥମିକ ସ୍କୁଲ ଉପରେ ମଧ୍ୟ ସରକାର ପଦକ୍ଷେପ ନେବେ ବୋଲି ଚିନ୍ତା କରିଛନ୍ତି। ଏ ନେଇ ମନ୍ତ୍ରୀ ଦାଶ କହିଛନ୍ତି, ରାଜ୍ୟରେ ପ୍ରାୟ ୮ହଜାର ହାଇସ୍କୁଲ ରହିଛି। ସେଥିମଧ୍ୟରୁ ୫ହଜାର ସ୍କୁଲକୁ ରୂପାନ୍ତରଣ କରାଯାଉଛି। ବାକି ୩ହଜାର ହାଇସ୍କୁଲର ରୂପାନ୍ତରଣ ବ୍ୟବସ୍ଥା କରାଯିବ। ସ୍କୁଲ ରୂପାନ୍ତରଣ ହେଲେ ଶିକ୍ଷକଙ୍କ ଆବଶ୍ୟକତା ରହିଛି। ତେଣୁ ନିଯୁକ୍ତି ପ୍ରକ୍ରିୟା ଚାଲିଛି। ତେବେ ହାଇସ୍କୁଲଗୁଡ଼ିକୁ ରୂପାନ୍ତରଣ କରିବା ପରେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକ କଥା ବିଚାର କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ଗତ ଜାନୁୟାରୀରେ ରାଜ୍ୟର ୮,୧୦୨ ଜଣ ଶିକ୍ଷା ସହାୟକଙ୍କୁ ସରକାର ନିୟମିତ କରିଥିଲେ। ୨୦୧୫ ଜାନୁୟାରୀରେ ସେମାନେ ନିଯୁକ୍ତି ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri