ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୧୦୭ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ସ୍ଥିର ରହୁଛି। ଦୈନିକ ସଂକ୍ରମଣ କେବେ ବଢ଼ୁଛି ତ କେବେ କମୁଛି। ଇତିମଧ୍ୟରେ ବୁଧବାର ରାଜ୍ୟରେ ୧,୦୭୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ବୃଦ୍ଧି ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧,୧୦୭ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୬୪୬ଜଣ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୬୧ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୨୯ଟି ଜିଲାରୁ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୩୯୭ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୨୪, ବାଲେଶ୍ୱର ୬୬, ବରଗଡ଼ ୫, ଭଦ୍ରକ ୩୬, ବଲାଙ୍ଗୀର ୩, କଟକ ୧୩୦, ଦେବଗଡ଼ ୩, ଢ଼େଙ୍କାନାଳ ୧୨, ଗଜପତି ୧, ଗଞ୍ଜାମ ୪, ଜଗତସିଂହପୁର ୫୩, ଯାଜପୁର ୫୨, ଝାରସୁଗୁଡ଼ା ୯, କଳାହାଣ୍ଡି ୭, କନ୍ଧମାଳ ୭, କେନ୍ଦ୍ରାପଡ଼ା ୪୨, କେନ୍ଦୁଝର ୧୮, କୋରାପୁଟ ୧, ମାଲକାନଗିରି ୧୦, ମୟୁରଭଞ୍ଜ ୪୦, ନବରଙ୍ଗପୁର ୧, ନୟାଗଡ଼ ୨୯, ନୂଆପଡ଼ା ୧, ପୁରୀ ୨୮, ରାୟଗଡ଼ା ୫, ସମ୍ବଲପୁର ୨୦, ସୁବର୍ଣ୍ଣପୁର ୪, ସୁନ୍ଦରଗଡ଼ ୧୭ ଓ ଷ୍ଟେଟ ପୁଲରୁ ୮୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଗତ କିଛି ଦିନରୁ ବୌଦ୍ଧରେ କୌଣସି ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୯୧,୧୮୨ରେ ପହଞ୍ଚିଛି। ସେଥିମଧ୍ୟରୁ ୯,୭୩,୫୭୯ଜଣ ସୁସ୍ଥ ହୋଇଥିବା ବେଳେ ୧୦,୮୫୩ ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri