ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୧୦୭ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ସ୍ଥିର ରହୁଛି। ଦୈନିକ ସଂକ୍ରମଣ କେବେ ବଢ଼ୁଛି ତ କେବେ କମୁଛି। ଇତିମଧ୍ୟରେ ବୁଧବାର ରାଜ୍ୟରେ ୧,୦୭୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ ବୃଦ୍ଧି ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧,୧୦୭ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୬୪୬ଜଣ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୬୧ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୨୯ଟି ଜିଲାରୁ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୩୯୭ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୨୪, ବାଲେଶ୍ୱର ୬୬, ବରଗଡ଼ ୫, ଭଦ୍ରକ ୩୬, ବଲାଙ୍ଗୀର ୩, କଟକ ୧୩୦, ଦେବଗଡ଼ ୩, ଢ଼େଙ୍କାନାଳ ୧୨, ଗଜପତି ୧, ଗଞ୍ଜାମ ୪, ଜଗତସିଂହପୁର ୫୩, ଯାଜପୁର ୫୨, ଝାରସୁଗୁଡ଼ା ୯, କଳାହାଣ୍ଡି ୭, କନ୍ଧମାଳ ୭, କେନ୍ଦ୍ରାପଡ଼ା ୪୨, କେନ୍ଦୁଝର ୧୮, କୋରାପୁଟ ୧, ମାଲକାନଗିରି ୧୦, ମୟୁରଭଞ୍ଜ ୪୦, ନବରଙ୍ଗପୁର ୧, ନୟାଗଡ଼ ୨୯, ନୂଆପଡ଼ା ୧, ପୁରୀ ୨୮, ରାୟଗଡ଼ା ୫, ସମ୍ବଲପୁର ୨୦, ସୁବର୍ଣ୍ଣପୁର ୪, ସୁନ୍ଦରଗଡ଼ ୧୭ ଓ ଷ୍ଟେଟ ପୁଲରୁ ୮୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଗତ କିଛି ଦିନରୁ ବୌଦ୍ଧରେ କୌଣସି ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୯୧,୧୮୨ରେ ପହଞ୍ଚିଛି। ସେଥିମଧ୍ୟରୁ ୯,୭୩,୫୭୯ଜଣ ସୁସ୍ଥ ହୋଇଥିବା ବେଳେ ୧୦,୮୫୩ ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନବୀନ, ଶାହା, ରାହୁଲଙ୍କ ପ୍ରଚାରକୁ ନଜର

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ଦେଶରେ ୭ଟି ପର୍ଯ୍ୟାୟ ମଧ୍ୟରୁ ଆସନ୍ତା ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍‌ ହେବ। ଯଦିଓ ରାଜ୍ୟର ୩ ପ୍ରମୁଖ ଦଳ...

ନିର୍ବାଚନରୁ ଓହରିଲେ ବିରଞ୍ଚତ୍

ଭୁବନେଶ୍ୱର, ୨୩।୪ (ବନ୍ଦନା ସେଠୀ):ନିର୍ବାଚନ ମଇଦାନରୁ ଓହରିଲେ ବିଜୁ ଜନତା ଦଳର କାର୍ଯ୍ୟକାରୀ ସଭାପତି ବିରଞ୍ଚତ୍ ମହାସୁପକାର ଓରଫ ଲିଟୁ। ଏବେ ସେ ଦଳ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri