ପାନ ଦୋକାନରେ ବିକୁଥିଲେ ବିଦେଶୀ ମଦ, ଚଢ଼ାଉ କଲା ଅବକାରୀ ବିଭାଗ, ଅଭିଯୁକ୍ତ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡରେ ଥିବା ନିରଞ୍ଜନ ବେହେରାଙ୍କ ପାନ ଦୋକାନରୁ ଶନିବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ୧୧୧ ଟି ବିଦେଶୀ ମଦ ବୋତଲ ଜବତ କରାଯାଇଛି। ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ସଦଳବଳେ ପାଟ୍ରୋଲିଂ କରୁଥିବା ବେଳେ ନିରଞ୍ଜନ ତାଙ୍କ ପାନ ଦୋକାନରେ ବେଆଇନ ଭାବେ ବିଦେଶୀ ମଦ ବିକ୍ରି କରୁଥିବା ଖବର ପାଇ ଅତର୍କିତ ଚଢାଉ କରିଥିଲେ। ସାକ୍ଷ୍ୟମାନଙ୍କ ଉପସ୍ଥିତିରେ ଇନ୍ସପେକ୍ଟର ଦୋକାନ ଭିତରେ ଥିବା ବିଦେଶୀ ମଦ ବୋତଲଗୁଡ଼ିକୁ ଜବତ କରି ଦୋକାନ ମାଲିକଙ୍କୁ ଗିରଫ କରିଥିଲେ।ପରେ ଅପରାହ୍ନରେ ଅବକାରୀ ମାମଲା ନଂ.୪୯/୨୫-୨୬ ଅନୁଯାୟୀ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା।ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri