ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର, ପୁନର୍ଗଠନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତନ୍ତ୍ରୀ କହିଥିଲେ ଯେ, ବିଭିନ୍ନ ବିପର୍ଯ୍ୟୟ ଯୋଗୁ ଜନସାଧାରଣଙ୍କ ଉପରକୁ ଆସୁଥିବା ବିପଦକୁ କମ୍‌ କରିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଆସିଛନ୍ତି। ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଏବଂ ପୁନର୍ଗଠନ ପାଇଁ ବିଭିନ୍ନ ପଦକ୍ଷେପ ସହିତ ଦୀର୍ଘକାଳିନ ମୁକାବିଲା କାର୍ଯ୍ୟକ୍ରମ ହେଉଛି ଆମର ବିପର୍ଯ୍ୟୟ ପରିଚାଳନା ଦୃଷ୍ଟିଭଙ୍ଗୀର ମୂଳନୀତି।
ଗୋଷ୍ଠୀଭିତ୍ତିକ ପ୍ରସ୍ତୁତି କାର୍ଯ୍ୟକ୍ରମକୁ ସଂସ୍ଥାଗତ ଢାଞ୍ଚା ପ୍ରଦାନ କରିବାରେ ଓଡିଶା ସର୍ବାଗ୍ରେ ରହିଛି। ଗୋଷ୍ଠୀଭିତ୍ତିକ ପରିଚାଳନାରେ ଆମର ଅଭିଜ୍ଞତା କୋଭିଡ ପରିଚାଳନାରେ ମଧ୍ୟ ବହୁ ପରିମାଣରେ ଉପାଦେୟ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ ୩ ମାସ ଧରି କୋଭିଡ୍‌-୧୯ ମହାମାରୀ ରାଜ୍ୟର ଜନସାଧାରଣଙ୍କ ଦୈନନ୍ଦିନ ଜୀବନକୁ ଗଭୀର ଭାବେ ପ୍ରଭାବିତ କରିଛି । ରାଜ୍ୟରେ ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ଯୋଗୁ ଓଡିଶା ଆଜି ଭଲ ସ୍ଥିତିରେ ରହିଛି। ଏହି ଅବସରରେ କୋଭିଡ ମୁକାବିଲାରେ ଜନସାଧାରଣଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ମଧ୍ୟ ଜଣାଇଛନ୍ତି।
ଆହୁରି ମଧ୍ୟ ସେ କହିଥିଲେ ଯେ, ଆମ ରାଜ୍ୟ ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ। ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଆମେ ଅନେକ ବିପଦର ସମ୍ମୁଖୀନ ହେଉଥିଲେ ମଧ୍ୟ ଆମେ ଯେ କୌଣସି ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ। ଗତ ବର୍ଷ ଓଡ଼ିଶା ‘ଫନୀ’ ‘ବୁଲବୁଲ’ ଭଳି ବାତ୍ୟା ସହିତ ବନ୍ୟା, ବର୍ଷା ଏବଂ ଅନେକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । ଚଳିତ ବର୍ଷ ମଧ୍ୟ ଉତ୍ତର ଉପକୂଳ ଜିଲାଗୁଡିକ ମେ’ ମାସର ତୃତୀୟ ସପ୍ତାହରେ ମହାବାତ୍ୟା ‘ଅମ୍ଫନ’ ଦ୍ବାରା ପ୍ରଭାବିତ ହୋଇଥିଲା। ଓଡିଶାର ଜନସାଧାରଣଙ୍କ ସହଯୋଗରେ ଆମେ କେବଳ ଏହିସବୁ ବିପର୍ଯ୍ୟୟର ମୁକାବିଲା କରିବା ପାଇଁ ସଫଳ ହୋଇଛୁ। ଏଥିସହ ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗକୁ ମଧ୍ୟ ତା’ର ବିପଦ ସମୟରେ ସହାୟତା ଯୋଗାଇ ଦେଇପାରିଛୁ ବୋଲି ସେ କହିଥିଲେ।
ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଠିକ୍‌ ସମୟରେ ଆସିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଚଳିତ ବର୍ଷ ଭଲ ବର୍ଷା ହେବାର ଆଶା ରହିଛି। ଜୁନ୍‌ ଠାରୁ ଅକ୍ଟୋବର ପର୍ଯ୍ୟନ୍ତ ସମୟ ଖୁବ୍‌ ଗୁରୁତ୍ୱପୂର୍ଣ୍ଣ। ଏହି ସମୟରେ ବନ୍ୟା, ବାତ୍ୟା, ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟ ଆସିପାରେ। ଏହିସବୁ ବିପର୍ଯ୍ୟୟ ପାଇଁ ଆମର ପ୍ରସ୍ତୁତିକୁ ନିରନ୍ତର ସମୀକ୍ଷା କରିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି ଅବସରରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି କୋଭିଡ ଠାରୁ ଆରମ୍ଭ କରି ଅମ୍ଫନ, ବୁଲବୁଲ, ପଙ୍ଗପାଳ ପର୍ଯ୍ୟନ୍ତ ବିଭିନ୍ନ ଦୁର୍ବିପାକ ନିରାକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?