ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ ଗଜପତି ପୋଲିସ ପକ୍ଷରୁ ପାଖାପାଖି ୧୦ ଟନ ଗଞ୍ଜେଇ ଜବତ ହୋଇ ସାରିଲାଣି। ତଥାପି ଗଞ୍ଜେଇ ମାଫିଆମାନେ ନୂଆନୂଆ ତରିକା ଆପଣାଇବାରେ ଲାଗିଛନ୍ତି। ଏଥର ଘର କିମ୍ବା ନିଜ ବାଡିରେ ରଖୁନାହାନ୍ତି ବରଂ ଗଞ୍ଜେଇ ମାଫିଆମାନେ ପୋଲିସକୁ ଭୁଆଁ ବୁଲାଇବା ପାଇଁ ସଂରକ୍ଷିତ ଜଙ୍ଗଲରେ ଜରି ପାଲ ଘୋଡ଼ାଇ ସୁରକ୍ଷିତ ଭାବେ ରଖି ଚୋରାଚାଲାଣ କରୁଛନ୍ତି। ଯାହା ଫଳରେ ଆର୍‌ ଉଦୟଗିରୀ ଏସଡ଼ିପିଓ ରାକେଶ କୁମାର ସାହୁଙ୍କୁ ବିଶେଷ ସୁତ୍ରରୁ ଖବର ମିଳିଥିଲା। ଯାହାକୁ ନେଇ ଆଜି ଆର୍‌ ଉଦୟଗିରୀ ଏସଡ଼ିପିଓଙ୍କ ତତ୍ତ୍ୱାବଧାନରେ ଅଡବା ପୋଲିସ ଓ ରାମଗିରି ପୋଲିସ ପକ୍ଷରୁ ୧୦ ଗୋଟି ସତନ୍ତ୍ର ଟିମ ଗଠନ କରାଯାଇଥିଲା। ଉକ୍ତ ଟିମ ଗଠନ କରି ରାଇପଙ୍କା ଗ୍ରାମ ପଞ୍ଚାୟତ କାରିଗେଜୁ ଗାଁ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ଚଢ଼ାଉ କରାଯାଇଥିଲା। ଚଢ଼ାଉରେ ୧୧୩ ବସ୍ତା ଗଞ୍ଜେଇ ବାହାରିଥିଲା। ଉକ୍ତ ଜବତ ଗଞ୍ଜେଇକୁ ମେଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଓଜନ କରଯାଇଥିଲା ଯାହାର ପରିମାଣ ୨୮ କୁଇଣ୍ଟାଲରୁ ଅଧିକ ହୋଇଥିଲା। ତେବେ ଗଞ୍ଜେଇର ଆନୁମାନିକ ବଜାର ଦର ୩ କୋଟି ଟଙ୍କା ହେବ ବୋଲି ଆର୍‌ ଉଦୟଗିରୀ ଏସଡ଼ିପିଓ ରାକେଶ କୁମାର ସାହୁ ସୂଚନା ଦେଇଛନ୍ତି। ଏନେଇ ଅଡବା ଥାନା ରେ ୭୦/୨୬ ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଅନ୍ୟପଟେ ଏହି ଗଞ୍ଜେଇ ଚୋରା ଚାଲାଣରେ କିଏ କିଏ ସଂଶ୍ଳିଷ୍ଟ ଅଛନ୍ତି ତାହା ମଧ୍ୟ ତଦନ୍ତ ଜାରି ରହିଥିବା ଆର୍‌ ଉଦୟଗିରୀ ଏସଡ଼ିପିଓ ରାକେଶ କୁମାର ସାହୁ ପ୍ରେସମିଟ କରି ସୂଚନା ଦେଇଛନ୍ତି। ଏହି ଚଢ଼ାଉରେ ଅଡବା ଥାନା ଅଧିକାରୀ ସୁଭ୍ରାନ୍ତ କୁମାର ପଣ୍ଡା, ଶବ ଇନ୍ସପେକ୍ଟର ନଳିନୀ କୁମାରୀ କଅଁର, ସୌମ୍ୟ ରଞ୍ଜନ ବରାଳଙ୍କ ସମେତ କର୍ମଚାରୀମାନେ ଉପସ୍ଥିତ ରହିଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri