ଖଣି ଭୁଶୁଡ଼ି ୧୧୩ ମୃତ

ୟାଙ୍ଗୁନ୍‌,୩।୭:ଉତ୍ତର ମ୍ୟାନ୍‌ମାରରେ ଥିବା ଏକ ମୂଲ୍ୟବାନ୍‌ ରତ୍ନପଥର (ମଣି) ଖଣି ଗୁରୁବାର ଭୁଶୁଡ଼ି ପଡ଼ିବାରୁ ୧୧୩ ଜଣଙ୍କର ମୃତ୍ୟୁ ଘଟିଛି। ଆହୁରି କେତେଜଣ ପୋତିହୋଇପଡ଼ିଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। କଚିନ ରାଜ୍ୟର ହାପାକାଣ୍ଟ ଅଞ୍ଚଳରେ ଥିବା ଉକ୍ତ ଖଣିରୁ ଶ୍ରମିକମାନେ ମୂଲ୍ୟବାନ୍‌ ରତ୍ନପଥର ସଂଗ୍ରହ କରୁଥିବାବେଳେ ପ୍ରବଳ ବର୍ଷା ହେବାରୁ ସେମାନଙ୍କ ଉପରେ କାଦୁଅ ପାଣି ମାଡ଼ିଯାଇଥିଲା। ଉଦ୍ଧାରକାରୀ ଦଳ ଘଟଣାସ୍ଥଳରୁ ୧୧୩ ଜଣଙ୍କ ମୃତଦେହ ଉଦ୍ଧାର କରିଥିବାବେଳେ ଏହାଠାରୁ ଅଧିକ ନିଖୋଜ ଥିବା କୁହାଯାଉଛି। ସୋସିଆଲ ମିଡିଆରେ ଛଡ଼ାଯାଇଥିବା ଭିଡିଓ ଫୁଟେଜ୍‌ରୁ ଦୁର୍ଘଟଣାର ଭୟାବହ ଚିତ୍ର ଦେଖିବାକୁ ମିଳିଛି।
ସୁନାମି ଭଳି କାଦୁଅ ପାଣିର ଢେଉ ଉକ୍ତ ଖଣି ମଧ୍ୟକୁ ମାଡ଼ିଆସିଥିଲା। ମୃତ୍ୟୁମୁଖରୁ ବର୍ତ୍ତିବା ପାଇଁ ଶ୍ରମିକମାନେ ଉପରକୁ ଉଠିବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ପାହାଡ଼ ତଳଭାଗରେ ଥିବା ଲୋକେ ମୁହୂର୍ତ୍ତକ ମଧ୍ୟରେ ଅନ୍ତର୍ଦ୍ଧାନ ହୋଇଯାଇଥିଲେ ବୋଲି ଜଣେ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଏବେ ମଧ୍ୟ ୧୦୦ରୁ ଅଧିକ ନିଖୋଜ ଥିବାବେଳେ ୩୦ ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି।
ୟାଙ୍ଗୁନ୍‌ ସହରଠାରୁ ୯୫୦ କିଲୋମିଟର ଦୂରରେ ଅବସ୍ଥିତ ଏହି ଅଞ୍ଚଳ ବିଶ୍ୱର ବୃହତ ଜେଡ୍‌ ଖଣି ଶିଳ୍ପର କେନ୍ଦ୍ରସ୍ଥଳ। ଏଠାର ଖଣିଗୁଡ଼ିକ ଉପରେ ସରକାରଙ୍କର ଉପଯୁକ୍ତ ନିୟନ୍ତ୍ରଣ ନ ଥିବାବେଳେ ସାରା ଦେଶରୁ ଗରିବ ଶ୍ରମିକମାନେ ଏଠାକୁ ରତ୍ନପଥର ସଂଗ୍ରହ କରିବାକୁ ଆସିଥାନ୍ତି। ବଡ଼ ଖଣି ଅପରେଟରମାନେ ମୂଲ୍ୟବାନ୍‌ ରତ୍ନପଥର ସଂଗ୍ରହ କରିନେବା ପରେ ସେଠାରେ ଯେଉଁ କ୍ଷୁଦ୍ର କଣିକା ସବୁ ପଡିରହିଥାଏ, ସେଗୁଡ଼ିକୁ ସଂଗ୍ରହ କରି ଏହି ଗରିବ ଶ୍ରମିକମାନେ ଗୁଜୁରାଣ ମେଣ୍ଟାଇଥାନ୍ତି। ଅନେକ ସମୟରେ ଏଠାରେ ଭୂସ୍ଖଳନ ଓ ଅନ୍ୟାନ୍ୟ ଦୁର୍ଘଟଣା ଘଟି ଲୋକଙ୍କ ଜୀବନ ଯାଇଥାଏ। ତେବେ ଗତ ୫ ବର୍ଷ ମଧ୍ୟରେ ଏହା ସବୁଠୁ ବଡ଼ ଦୁର୍ଘଟଣା ବୋଲି କୁହାଯାଉଛି। ୨୦୧୫ରେ ଉକ୍ତ ଖଣି ଭୁଶୁଡ଼ି ୧୧୬ ଜଣଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri