ଦିନେ ବଢ଼ିଲେ ଦିନେ କମୁଛି: ରାଜ୍ୟରେ ଗତ ୨୪ଘଣ୍ଟାରେ ୧,୧୩୨ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା-କଟକ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଗତ କିଛି ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ସ୍ଥିର ରହୁଛି। ଦୈନିକ ସଂକ୍ରମଣ କେବେ ବଢ଼ୁଛି ତ ପୁଣି କେବେ କମୁଛି। ଇତିମଧ୍ୟରେ ଶୁକ୍ରବାର ରାଜ୍ୟରେ ୧,୧୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧,୧୩୨ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୬୫୭ଜଣ କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୭୫ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୨୯ଟି ଜିଲାରୁ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୪୧୦ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୨୫, ବାଲେଶ୍ୱର ୭୦, ବରଗଡ଼ ୧୦, ଭଦ୍ରକ ୧୪, ବଲାଙ୍ଗୀର ୭, ବୌଦ୍ଧ ୪, କଟକ ୧୯୭, ଦେବଗଡ଼ ୪, ଢ଼େଙ୍କାନାଳ ୧୧, ଗଜପତି ୬, ଗଞ୍ଜାମ ୨, ଜଗତସିଂହପୁର ୪୨, ଯାଜପୁର ୨୯, ଝାରସୁଗୁଡ଼ା ୧, କଳାହାଣ୍ଡି ୭, କନ୍ଧମାଳ ୪, କେନ୍ଦ୍ରାପଡ଼ା ୨୭, କେନ୍ଦୁଝର ୧୫, କୋରାପୁଟ ୩, ମାଲକାନଗିରି ୧୦, ମୟୁରଭଞ୍ଜ ୪୦, ନବରଙ୍ଗପୁର ୧, ନୟାଗଡ଼ ୩୧, ପୁରୀ ୨୨, ରାୟଗଡ଼ା ୭, ସମ୍ବଲପୁର ୧୫, ସୁବର୍ଣ୍ଣପୁର ୧, ସୁନ୍ଦରଗଡ଼ ୨୩ ଓ ଷ୍ଟେଟ ପୁଲରୁ ୯୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଶନିବାର ନୂଆପଡ଼ାରୁ କୌଣସି ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୯୩,୫୦୭ରେ ପହଞ୍ଚିଛି। ସେଥିମଧ୍ୟରୁ ୯,୭୫,୯୯୯ଜଣ ସୁସ୍ଥ ହୋଇଥିବା ବେଳେ ୧୦,୬୩୨ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri