ଖାଲି ପଡ଼ିଥିବା ୧୧୩୪ ପଞ୍ଚାୟତସ୍ତରର ପଦବୀ ପୂରଣ ହେବ

ଭୁବନେଶ୍ୱର,୧୨ା୪(ସୁନିତ୍‌ ମିଶ୍ର): ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି। ସେଥି ମଧ୍ୟରୁ ୫ଟି ଜିଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର ପାଇଁ ଉପନିର୍ବାଚନ ହେଉଥିବାବେଳେ ୭୭୧ଟି ୱାର୍ଡରେ ନୂତନ ଭାବେ ନିର୍ବାଚନ ଅନୁଷ୍ଠିତ ହେବ। ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସଂରକ୍ଷିତ ବର୍ଗ ପାଇଁ ଉଦ୍ଦିଷ୍ଟ ଥିବା ୭୭୧ଟି ୱାର୍ଡରେ କୌଣସି ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲକରି ନ ଥିବାରୁ ଉକ୍ତ ୱାର୍ଡ ଗୁଡିକରେ ନିର୍ବାଚନ ବନ୍ଦ ରହିଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ସମ୍ପୃକ୍ତ ଜିଲାପାଳଙ୍କ ସୁପାରିସକ୍ରମେ ଉକ୍ତ ୱାର୍ଡଗୁଡ଼ିକୁ ଅଣସଂରକ୍ଷିତ କରାଯିବା ପରେ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।
ରାଜ୍ୟ ନିର୍ବାଚନ ଆୟୁକ୍ତ ସଚିବଙ୍କ ସୂଚନା ଅନୁଯାୟୀ, ଉକ୍ତ ୱାର୍ଡଗୁଡ଼ିକ ପାଇଁ ଏପ୍ରିଲ ୧୭ରୁ ୨୨ ତାରିଖ ମଧ୍ୟରେ ନିର୍ବାଚନ ଅଧିକାରୀମାନେ କେନ୍ଦ୍ର ନିର୍ବାଚନ ଆୟୋଗ ଦ୍ୱାରା ପ୍ରକାଶିତ ଭୋଟର ତାଲିକାରୁ ସମ୍ପୃକ୍ତ ୱାର୍ଡ ୱାରି ଭୋଟର ତାଲିକା ପ୍ରସ୍ତୁତ କରିବେ। ଏପ୍ରିଲ ୨୪ରେ ସମ୍ପୃକ୍ତ ଗ୍ରାମପଞ୍ଚାୟତ ମୁଖ୍ୟାଳୟରେ ୱାର୍ଡୱାରି ପ୍ରାଥମିକ ଭୋଟର ତାଲିକା ପ୍ରକାଶନ ହେବ। ଆସନ୍ତା ୩୦ ସୁଦ୍ଧା ଅଭିଯୋଗ ଗ୍ରହଣ କରାଯାଇ ମେ ୨ରୁ ୫ ତାରିଖ ମଧ୍ୟରେ ସମ୍ପୃକ୍ତ ଅଭିଯୋଗଗୁଡ଼ିକୁ ବିଚାରକୁ ନିଆଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ। ସଂଶୋଧିତ ଭୋଟର ତାଲିକାକୁ ନିର୍ବାଚନ ଅଧିକାରୀମାନେ ମେ ୯ ତାରିଖରେ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ପ୍ରଦାନ କରିବେ ବୋଲି ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ ଯାଜପୁର ନେତାଙ୍କ...

ପ୍ରମିଳାଙ୍କ ଘରେ ଏମିତି କ’ଣ ହେଲା? ନବୀନ ନିବାସ ମୁହାଁ ହେଲେ ବରିଷ୍ଠ ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୦।୧: ନବୀନ ନିବାସରେ ବଡ଼ ହଲଚଲ। ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି ପରେ ଅଚାନକ ନବୀନ ନିବାସରୁ...

ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…

ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ...

ବରଗଡ଼ରେ କଂଗ୍ରେସର ଚାଷୀ ସମାବେଶ: ଧାନବିକ୍ରି ଅବ୍ୟବସ୍ଥା ନେଇ ସରକାରଙ୍କ ବିରୋଧରେ ଗର୍ଜିଲେ…

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ):  ରାଜ୍ୟରେ ଖରିଫ୍ ଧାନବିକ୍ରି ବ୍ୟବସ୍ଥା ବାଟବଣା ହୋଇ ପଡିଛି। ଟୋକନ କଟକଣା, ଧାନ ଉଠାଣରେ ଶିଥିଳତା, କଟନୀଛଟନୀ ଆଦି ସମସ୍ୟା ଯୋଗୁ ଅନେକ...

୩୩ ମାସ ପରେ ମା’କୁ ଫେରି ପାଇଲା ପୁଅ

ଝାରସୁଗୁଡ଼ା,୨୦।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ମାର୍ଗଦର୍ଶନରେ ପରିଚାଳିତ ‘ସ୍ନେହ ସେତୁ’ ପଦକ୍ଷେପ ମାଧ୍ୟମରେ ସୋମବାର ପୁଣି ଏକ ବିଚ୍ଛିନ୍ନ ପରିବାର...

ରାଜସ୍ବ ବିଭାଗର ବିଜ୍ଞପ୍ତି, ଓଡ଼ିଶାରେ ଏହି ତାରିଖରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୨୦|୧:  ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ...

ପୂଜାର୍ଚ୍ଚନା ପରେ ନୟାଗଡ଼ରୁ ପୁରୀ ଅଭିମୁଖେ ଗଲା ରଥକାଠ

ନୟାଗଡ଼,୨୦।୧(ଲୋକନାଥ ମିଶ୍ର): ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ  ନୟାଗଡ଼ ଜିଲା ଦଶପଲ୍ଲା ଅଞ୍ଚଳରୁ ମଙ୍ଗଳାର ୩ଟି ଟ୍ରକ୍‌ରେ ଅସନ ୪୦,  ଧଉରା ୪୩ ଓ ମତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri