ଖାଲି ପଡ଼ିଥିବା ୧୧୩୪ ପଞ୍ଚାୟତସ୍ତରର ପଦବୀ ପୂରଣ ହେବ

ଭୁବନେଶ୍ୱର,୧୨ା୪(ସୁନିତ୍‌ ମିଶ୍ର): ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି। ସେଥି ମଧ୍ୟରୁ ୫ଟି ଜିଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର ପାଇଁ ଉପନିର୍ବାଚନ ହେଉଥିବାବେଳେ ୭୭୧ଟି ୱାର୍ଡରେ ନୂତନ ଭାବେ ନିର୍ବାଚନ ଅନୁଷ୍ଠିତ ହେବ। ଗତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସଂରକ୍ଷିତ ବର୍ଗ ପାଇଁ ଉଦ୍ଦିଷ୍ଟ ଥିବା ୭୭୧ଟି ୱାର୍ଡରେ କୌଣସି ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲକରି ନ ଥିବାରୁ ଉକ୍ତ ୱାର୍ଡ ଗୁଡିକରେ ନିର୍ବାଚନ ବନ୍ଦ ରହିଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ସମ୍ପୃକ୍ତ ଜିଲାପାଳଙ୍କ ସୁପାରିସକ୍ରମେ ଉକ୍ତ ୱାର୍ଡଗୁଡ଼ିକୁ ଅଣସଂରକ୍ଷିତ କରାଯିବା ପରେ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।
ରାଜ୍ୟ ନିର୍ବାଚନ ଆୟୁକ୍ତ ସଚିବଙ୍କ ସୂଚନା ଅନୁଯାୟୀ, ଉକ୍ତ ୱାର୍ଡଗୁଡ଼ିକ ପାଇଁ ଏପ୍ରିଲ ୧୭ରୁ ୨୨ ତାରିଖ ମଧ୍ୟରେ ନିର୍ବାଚନ ଅଧିକାରୀମାନେ କେନ୍ଦ୍ର ନିର୍ବାଚନ ଆୟୋଗ ଦ୍ୱାରା ପ୍ରକାଶିତ ଭୋଟର ତାଲିକାରୁ ସମ୍ପୃକ୍ତ ୱାର୍ଡ ୱାରି ଭୋଟର ତାଲିକା ପ୍ରସ୍ତୁତ କରିବେ। ଏପ୍ରିଲ ୨୪ରେ ସମ୍ପୃକ୍ତ ଗ୍ରାମପଞ୍ଚାୟତ ମୁଖ୍ୟାଳୟରେ ୱାର୍ଡୱାରି ପ୍ରାଥମିକ ଭୋଟର ତାଲିକା ପ୍ରକାଶନ ହେବ। ଆସନ୍ତା ୩୦ ସୁଦ୍ଧା ଅଭିଯୋଗ ଗ୍ରହଣ କରାଯାଇ ମେ ୨ରୁ ୫ ତାରିଖ ମଧ୍ୟରେ ସମ୍ପୃକ୍ତ ଅଭିଯୋଗଗୁଡ଼ିକୁ ବିଚାରକୁ ନିଆଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ। ସଂଶୋଧିତ ଭୋଟର ତାଲିକାକୁ ନିର୍ବାଚନ ଅଧିକାରୀମାନେ ମେ ୯ ତାରିଖରେ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ପ୍ରଦାନ କରିବେ ବୋଲି ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri