ସୁନ୍ଦରଗଡ଼ ଜିଲାରେ ୧୧୪ ଡେଙ୍ଗୁ ରୋଗୀ ଚିହ୍ନଟ

ସୁନ୍ଦରଗଡ଼, ୨୩।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଚିନ୍ତା ବଢାଇଛି ଡେଙ୍ଗୁ। ଜିଲାରେ ଗତ ୨୧ତାରିଖ ମଧ୍ୟରେ ମୋଟ ୧୧୪ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଡେଙ୍ଗୁରୋଗୀଙ୍କ ମଧ୍ୟରୁ ସର୍ବାଧିକ ୯୯ଜଣ ହେଉଛନ୍ତି ରାଉରକେଲା ସହରାଞ୍ଚଳର ବୋଲି ସ୍ବାସ୍ଥ୍ୟ ବିଭାଗ ରିପୋର୍ଟରୁ ଜଣାପଡିଛି। ରାଉରକେଲା ଆଇଜିଏଚ୍‌ରେ ୯୩ଜଣ, ଆରଜିଏଚ୍‌ରେ ୧୨ଜଣ ଓ ରାଜ୍ୟର ଜଣେ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ପୌରାଞ୍ଚଳରେ ୨ଜଣ, ବୀରକେରା, ବିଶ୍ରା, ଗୁରୁଣ୍ଡିଆ, ବଣାଇଁରେ ଜଣେ ଲେଖାଏଁ ଓ ମଝାପଡାରେ ୨ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରୁ ପଡୋଶୀ କେଉଁଝର ଜିଲାର ୨ଜଣ ଓ ଝାଡଖଣ୍ଡ ରାଜ୍ୟର ଜଣେ ରୋଗୀ ଚିହ୍ନଟ ହୋଇ ଏଠାରେ ଚିକିତ୍ସିତ ହେଉଛନ୍ତି। ଡେଙ୍ଗୁର ମୁକାବିଲା ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଆର୍‌ଏସ୍‌ପି ପକ୍ଷରୁ ମିଳିତ ଭାବେ ତ୍ୱରିତ ପଦକ୍ଷେପ ଆରମ୍ଭ ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସରୋଜ କୁମାର ମିଶ୍ରଙ୍କ ସୂଚନା ଅନୁଯାୟୀ ଗତ କିଛିଦିନ ଲଗାଣ ବର୍ଷା ଯୋଗୁ ରାଉରକେଲା ସହରରେ କିଛି ଅଞ୍ଚଳରେ ବର୍ଷାପାଣି ଜମି ରହି ଡେଙ୍ଗୁ ମଶା ବୃଦ୍ଧି ହୋଇ ବର୍ତ୍ତମାନ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ଗତବର୍ଷ ୧୭୪୨ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ସେହି ତୁଳନାରେ କମ୍‌ ରହିଛି। ସୁନ୍ଦରଗଡ଼ ଜିଲା ଡେଙ୍ଗୁ ପାଇଁ ଏକ ସମ୍ବେଦନଶୀଳ ଜିଲା। ରାଜ୍ୟ ମଧ୍ୟରେ ଓ ରାଜ୍ୟ ବାହାରର ଡେଙ୍ଗୁ ପ୍ରବଣ ଅଞ୍ଚଳରୁ ଆସୁଥିବା ବ୍ୟକ୍ତିମାନଙ୍କ ଏଠାରେ ଥିବା ଶିଳ୍ପାଞ୍ଚଳ, ଜମିରହୁଥିବା ପାଣିରେ ଡେଙ୍ଗୁ ଭୂତାଣୁ ବଢାଉଛି। ୧୧୪ଜଣ ରୋଗୀଙ୍କ ମଧ୍ୟରୁ ୩ଜଣ କେଊଁଝର, ଝାଡଖଣ୍ଡ ରାଜ୍ୟର ହୋଇଥିବା ବେଳେ ଅନ୍ୟ ୩୭ଜଣ ରାଜ୍ୟର ଅନ୍ୟ ଡେଙ୍ଗୁ ପ୍ରଭାବିତ ଅଞ୍ଚଳରୁ ଆସିଥିବା ଜଣାଯାଇଛି। ରାଉରକେଲା ସହର ବାସନ୍ତୀ କଲୋନୀ, ସେକ୍ଟର ୧, ୧୩ ଓ ୧୭ ଅଞ୍ଚଳରେ ମଶାଧୁଆଁ ଦିଆଯିବା ଆରମ୍ଭ ହୋଇଥିବା ବେଳେ ୨୦ଜଣ ଡେଙ୍ଗୁ ସ୍ବେଚ୍ଛାସେବୀଙ୍କୁ ନିଯୁକ୍ତ କରାଯାଇ ସ୍ବଚ୍ଛତା ଅଭିଯାନ ଜାରିରହିଛି। ଆର୍‌ଜିଏଚ୍‌ରେ ସ୍ବତନ୍ତ୍ର ଡେଙ୍ଗୁ ଓ୍ବାର୍ଡ ରହିଥିବା ବେଳେ ସୁନ୍ଦରଗଡ ଜିଲା ମୁଖ୍ୟ ଡାକ୍ତରଖାନାରେ ଗୁରୁବାରଠାରୁ ଡେଙ୍ଗୁରୋଗୀଙ୍କ ପାଇଁ ୬ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର ଓ୍ବାର୍ଡ ଖୋଲାଯାଇଛି। ହେଲେ ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ ଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ମିଶ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri