ଜମ୍ମୁରୁ ଫେରିଲେ ୧୧୪ ଓଡ଼ିଆ ଛାତ୍ରୀଛାତ୍ର

କଟକ,୧୧।୫(କାର୍ତ୍ତିକ ସାହୁ): ଜମ୍ମୁସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ଓଡ଼ିଶାର ୧୧୪ଜଣ ଛାତ୍ରୀଛାତ୍ର ସୁରକ୍ଷିତ ଭାବେ ଓଡ଼ିଶା ଫେରିଛନ୍ତି। ସେମାନଙ୍କ ମଧ୍ୟରେ ୩୫ଜଣ ଛାତ୍ରୀ ଅଛନ୍ତି। ସରକାରୀ ବ୍ୟବସ୍ଥାରେ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ସେମାନେ ଜମ୍ମୁରୁ ଦିଲ୍ଲୀ ଓ ପୁଣି ଦିଲ୍ଲୀରୁ ବିଭିନ୍ନ ଟ୍ରେନ୍‌ ଯୋଗେ ଆସି ଓଡ଼ିଶାର ନିଜ ଅଞ୍ଚଳର ଷ୍ଟେଶନରେ ଶନିବାର ଓହ୍ଲାଇଛନ୍ତି। ପ୍ରତ୍ୟେକ ରେଳଷ୍ଟେଶନରୁ ସେମାନଙ୍କୁ ଆଞ୍ଚଳିକ ପରିବହନ ଅଧିକାରୀ (ଆରଟିଓ)ଙ୍କ ଦ୍ୱାରା ନିଆଯାଇ ସେମାନଙ୍କ ପରିବାର ନିକଟରେ ପହଞ୍ଚାଇ ଦିଆଯାଇଥିବା ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାନୁସାରେ, ଜମ୍ମୁରେ ଅଧ୍ୟୟନରତ ଛାତ୍ରୀଛାତ୍ରମାନେ ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତିରୁ ସୁରକ୍ଷିତ ଭାବେ ଘରକୁ ଫେରିବାକୁ ନେଇ ସରକାରଙ୍କୁ ଜଣାଇଥିଲେ। ଏ ନେଇ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଆର୍‌ଟିଓମାନଙ୍କୁ ୮ ତାରିଖ ସନ୍ଧ୍ୟାରେ
ସରକାରଙ୍କ ନିର୍ଦ୍ଦେଶକ୍ରମେ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରାଯାଇ ବିହିତ ପଦକ୍ଷେପ ନିଆଯାଇଥିଲା। ଜମ୍ମୁ-କଶ୍ମୀରରୁ ଫେରୁଥିବା ଓଡ଼ିଆ ଛାତ୍ରୀଛାତ୍ରଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚତ୍ବା ନିମନ୍ତେ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିଲା। ସମ୍ପର୍କକ୍ରାନ୍ତି ଏକ୍ସପ୍ରେସ୍‌ରେ ଆସିଥିବା ଓଡ଼ିଆ ଛାତ୍ରୀଛାତ୍ରମାନଙ୍କ ମଧ୍ୟରୁ ବାଲେଶ୍ୱରରେ ୩ଜଣ, ଭଦ୍ରକରେ ୪ଜଣ, ଯାଜପୁର-କେନ୍ଦୁଝର ରୋଡ୍‌ରେ ୫ଜଣ, କଟକରେ ୫ଜଣ, ଭୁବନେଶ୍ୱରରେ ୧୮ଜଣ ଏବଂ କଳିଙ୍ଗ ଉତ୍କଳ ଏକ୍ସପ୍ରେସ୍‌ରେ ଆସି ଝାରସୁଗୁଡ଼ାରେ ୮ଜଣଙ୍କୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସେମାନଙ୍କ ଘରେ ପହଞ୍ଚାଇ ଦିଆଯାଇଥିବା ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସୂଚନା ଦିଆଯାଇଛି। ଏହାବାଦ୍‌ ତେଜସ୍‌ ରାଜଧାନୀ ଏକ୍ସପ୍ରେସ୍‌, ନୀଳାଚଳ ଏକ୍ସପ୍ରେସ, ପୁରୁଷୋତ୍ତମ ଏକ୍ସପ୍ରେସ୍‌ ଯୋଗେ ଅନ୍ୟମାନେ ଓଡ଼ିଶା ଫେରିଥିବା ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସୂଚନା ଦିଆଯାଇଛି। ତେବେ କଟକରେ ଓହ୍ଲାଇଥିବା ୫ଜଣଙ୍କ ମଧ୍ୟରେ ଜଣେ ଛାତ୍ର ଓ ୪ଜଣ ଛାତ୍ରୀ ଅଛନ୍ତି। କଟକ ଜଗତପୁର ଅଞ୍ଚଳର ଛାତ୍ରୀ ସୌମ୍ୟା ସରିତା ମହାରଣା ଓ ପ୍ରୀତି ପ୍ରଜ୍ଞା ବେହେରାଙ୍କ କହିବାନୁସାରେ, ସେମାନେ ଜମ୍ମୁରୁ ଟ୍ରେନ୍‌ ଯୋଗେ ଦିଲ୍ଲୀ ଆସୁଥିବା ବେଳେ ଟ୍ରେନ୍‌ ଭିତର ଲାଇଟ୍‌ ବନ୍ଦ କରାଯାଇଥିଲା। ଜମ୍ମୁରେ ଗୁଳି ଫୁଟିବା ଶବ୍ଦ ଶୁଣି ଭୟଭୀତ ଅବସ୍ଥାରେ ଥିବା ବେଳେ ଏଭଳି ଟ୍ରେନ ଯାତ୍ରାରେ ଆମେ ଜୀବନ ରକ୍ଷା ନିମନ୍ତେ ଈଶ୍ୱରଙ୍କୁ ପ୍ରାର୍ଥନା କରିଥିଲୁ। ତେବେ ଦିଲ୍ଲୀରେ ନିରାପଦରେ ପହଞ୍ଚତ୍ବା ପରେ ସମସ୍ତେ ଆଶ୍ୱସ୍ତ ହୋଇଥିଲୁ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri