ରାଜ୍ୟ ସରକାରଙ୍କୁ ୧୧୫ କୋଟି ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୬ା୯:ଓଟିଏମ୍‌ ପୁନରୁଦ୍ଧାର ସମ୍ପର୍କିତ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଛି। ମୁଖ୍ୟ ବିଚାରପତି ଏସ୍‌ ମୁରଲୀଧରଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କୁ ମାସକ ମଧ୍ୟରେ ୧୧୫ କୋଟି ଟଙ୍କା ଅଫିସିଆଲ ଲିକ୍ୟୁଡେଟରଙ୍କ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଅକ୍ଟୋବର ୧୮କୁ ଧାର୍ଯ୍ୟ କରିଥିବା ଜଣାପଡ଼ିଛି।
ପ୍ରକାଶ ଯେ, ଓଟିଏମ୍‌ ପୁନରୁଦ୍ଧାର ସମ୍ପର୍କିତ ମାମଲାର ଶୁଣାଣି ବେଳେ ଓଟିଏମ୍‌ କର୍ମଚାରୀଙ୍କ କ୍ବାର୍ଟର୍ସଗୁଡ଼ିକରେ ବିଦ୍ୟୁତ୍‌ ସଂଯୋଗ ପ୍ରସଙ୍ଗକୁ ନେଇ ଶୁଣାଣି ହୋଇଥିଲା। ଗୋଟିଏ ମିଟରରେ ୯୦ଟି କ୍ବାର୍ଟର୍ସକୁ ବିଦ୍ୟୁତ ସଂଯୋଗ କରାଯାଇଥିବା ଉପରେ କୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ପ୍ରତ୍ୟେକ କ୍ବାର୍ଟର୍ସକୁ ଗୋଟିଏ ଲେଖାଏ ମିଟର ଲଗାଇବା ସହ ବିଦ୍ୟୁତ୍‌ ସଂଯୋଗ ବାବଦରେ କର୍ମଚାରୀଙ୍କ ସମସ୍ୟାକୁ ତୁରନ୍ତ ସମାଧାନ କରିବା ପାଇଁ ଅଫିସିଆଲ ଲିକ୍ୟୁଡେଟରଙ୍କୁ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି।
ହାଇକୋର୍ଟ ପୂର୍ବ ଶୁଣାଣିରେ କମ୍ପାନୀର କେତେଜଣ କର୍ମଚାରୀଙ୍କ କେତେ ଟଙ୍କା ବକେୟା ରହିଛି ତା’ର ତାଲିକା କରିବା ନିମନ୍ତେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ନିଯୁକ୍ତ କରିବାକୁ ହାଇକୋର୍ଟ କହିଥିଲେ। ଓଟିଏମ୍‌ ପାଇଁ ରାଜ୍ୟ ସରକାର ପ୍ରାଥମିକ ପର୍ଯ୍ୟାୟରେ ୩୦ କୋଟି ଟଙ୍କା ଜମା କରିଥିବା ନେଇ ଆଡଭୋକେଟ ଜେନେରାଲ ଅଦାଲତଙ୍କୁ ଅବଗତ କରାଇଥିଲେ। ସେହିପରି ଇଡ୍‌କୋ ମଧ୍ୟ ୫କୋଟି ଟଙ୍କା ଡିପୋଜିଟ୍‌ କରିଛି। ଉଲ୍ଲେଖଯୋଗ୍ୟ ଯେ, ଓଟିଏମ୍‌କୁ ରାଜ୍ୟ ସରକାର ଅଧିଗ୍ରହଣ କରନ୍ତୁ ବୋଲି ଆବେଦନକାରୀ ଅଦାଲତଙ୍କୁ ନିବେଦନ କରିଥିଲେ।
ସୂଚନାଯୋଗ୍ୟ, ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ୧୯୪୬ରେ ଓଟିଏମ୍‌ କମ୍ପାନୀର ଭିତ୍ତିପ୍ରସ୍ତର ସ୍ଥାପନ କରିବା ପରେ ଏଠାରେ ୧୯୫୦ରୁ କପଡ଼ା ଉତ୍ପାଦନ ଆରମ୍ଭ ହୋଇଥିଲା। ୧୯୮୦ ପର୍ଯ୍ୟନ୍ତ ଏହା ଘରୋଇ କମ୍ପାନୀ ଅଧୀନରେ ପରିଚାଳିତ ଥିଲା। ୧୯୮୧ରେ ଏହା ରାଜ୍ୟ ସରକାରଙ୍କ ଅଧୀନକୁ ଯାଇଥିଲେ ବି ଲାଭ ଦିଗରେ ଅଗ୍ରଗତି କରିପାରୁ ନ ଥିଲା। ୧୯୮୬ପରଠାରୁ କ୍ଷତି ଆରମ୍ଭ ହୋଇ ୨୦୦୧ ଜୁଲାଇ ୩୧ ତାରିଖରେ ଓଟିଏମ୍‌ ଗେଟରେ ତାଲା ପଡ଼ିଥିଲା। ଓଟିଏମ୍‌ ବନ୍ଦ ହେବା ବେଳକୁ ପାଖାପାଖି ୩,୭୦୦ ଶ୍ରମିକ କାର୍ଯ୍ୟ କରୁଥିଲେ। ହାଇକୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଇତି ମଧ୍ୟରେ ୭ଶହରୁ ଊର୍ଦ୍ଧ୍ୱ ଓଟିଏମ କର୍ମଚାରୀଙ୍କ ମୃତ୍ୟୁ ହୋଇସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri