୩ୟ ତ୍ରୈମାସରେ ବିଓଆଇର ୧୧୫୧ କୋଟି ଲାଭ

ନୂଆଦିଲ୍ଲୀ,୧୮।୧: ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ବିଓଆଇ)ର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ଡିସେମ୍ବର ଶେଷ ସୁଦ୍ଧା ବ୍ୟାଙ୍କର କାରବାର ୨୦% ବୃଦ୍ଧି ଘଟି କ୍ରମାଗତ ଲାଭରେ ୧୧୫୧ କୋଟି ଟଙ୍କାରେ ପହଞ୍ଚତ୍ଛି। ବ୍ୟାଙ୍କର ଅପରେଟିଂ ମାର୍ଜିନ୍‌ରେ ୮% ବୃଦ୍ଧି ଘଟିଛି। ବ୍ୟାଙ୍କ ୩ୟ ତ୍ରୈମାସରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦିଗରେ ଉଲ୍ଲେଖନୀୟ ଉନ୍ନତି ପ୍ରଦର୍ଶନ କରିଛି। ବ୍ୟାଙ୍କର ପରିଚାଳନାଗତ ଲାଭ କ୍ରମାଗତ ଭାବେ ଶତକଡ଼ା ୭୪%କୁ ବୃଦ୍ଧି ପାଇ ୩,୬୫୨ କୋଟିରେ ପହଞ୍ଚତ୍ଛି। ରିଟର୍ନ ଅନ୍‌ ଆସେଟ୍ସ (ଆର୍‌ଓଏ) ୫୫ ବିପିଏସ୍‌ରେ ପହଞ୍ଚତ୍ଛି। ବ୍ୟାଙ୍କର ନେଟ୍‌ ଇଣ୍ଟରେଷ୍ଟ ମାର୍ଜିନ୍‌ ୧୦୧ ବିପିଏସ୍‌କୁ ବୃଦ୍ଧି ପାଇ ୩.୨୮% ରେ ପହଞ୍ଚତ୍ଥିବା ସହ ଘରୋଇ ନେଟ୍‌ ଇଣ୍ଟରେଷ୍ଟ ମାର୍ଜିନ୍‌ରେ ୩.୭୨% ବୃଦ୍ଧି ଘଟିଛି। ବ୍ୟାଙ୍କର ମୋଟ୍‌ ସୁଧ ଆୟ ଶତକଡ଼ା ୬୪% ଅଭିବୃଦ୍ଧି ହାରରେ ୫,୫୯୬ କୋଟିରେ ପହଞ୍ଚତ୍ଛି। ବ୍ୟାଙ୍କର ଅଗ୍ରିମରେ ୭.୬୭% ବୃଦ୍ଧି ପାଇ ୪୬ ବିପିଏସ୍‌କୁ ବୃଦ୍ଧିପାଇଛି। ସେହିଭଳି ରାମ୍‌ ଅଗ୍ରିମରେ ୧୩.୨୪% ବୃଦ୍ଧି ଘଟିଛି। ବ୍ୟାଙ୍କର କାସା ଡିପୋଜିଟ୍‌ରେ ୩.୭୦% ବୃଦ୍ଧି ଘଟିଛି ଏବଂ ଘରୋଇ କାସା ଡିପୋଜିଟ୍‌ରେ ୪୪.୫୬% ବୃଦ୍ଧି ଘଟିଛି। ବ୍ୟାଙ୍କର ଗ୍ରସ୍‌ ଏନ୍‌ପିଏ ୭.୬୬% ଓ ନେଟ୍‌ ଏନ୍‌ପିଏ ୧.୬୧ % କୁ ହ୍ରାସ ପାଇଛି। ବ୍ୟାଙ୍କର ସ୍ଲିପେଜ୍‌ ଅନୁପାତ ୨୦ ବିପିଏସ୍‌ ହ୍ରାସ ପାଇ ୦.୨୭% ରେ ପହଞ୍ଚତ୍ଛି। ଆୟ ଅନୁପାତ କ୍ରମାଗତ ଭାବେ ୪୮.୦୩%କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri