Posted inଜାତୀୟ

୩ ଦିନରେ ୧୧୫୬ ଭାରତୀୟ ଏୟାର ଲିଫ୍ଟ…

ନୂଆଦିଲ୍ଲୀ,୨୮।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ୫ ଦିନ ଧରି ରକ୍ତାକ୍ତ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ୟୁକ୍ରେନରେ ଥିବା ଭାରତୀୟଙ୍କୁ ଅପରେଶନ୍‌ ଗଙ୍ଗା ଅନ୍ତର୍ଗତ ସ୍ବଦେଶ ଫେରାଇ ଅଣାଯାଉଛି। ଗତ ୩ ଦିନରେ ମୋଟ ୧୧୫୬ ଜଣ ଭାରତୀୟଙ୍କୁ ଏୟାର ଇଣ୍ଡିଆ ପକ୍ଷରୁ ଏୟାର ଲିଫ୍ଟ କରାଯାଇଛି।

ସୋମବାର ସକାଳେ ରୋମାନିଆର ରାଜଧାନୀ ବୁକାରେଷ୍ଟରୁ ୨୪୯ ଭାରତୀୟ ନାଗରିକଙ୍କ ସହ ଏୟାର ଇଣ୍ଡିଆର ପଞ୍ଚମ ବିମାନ ଦିଲ୍ଲୀରେ ପହଞ୍ଚିଛି। ଏୟାର ଇଣ୍ଡିଆର ୧୯୪୨-ଏ ବିମାନ ଭାରତୀୟ ସମୟ ୧୨ଟା ୩୦ରେ ବୁକାରେଷ୍ଟରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିଲା। ସୋମବାର ସକାଳ ପ୍ରାୟ ୬ ଟା ୩୦ରେ ଏହି ବିମାନ ଦିଲ୍ଲୀରେ ପହଞ୍ଚିଛି।

ୟୁକ୍ରେନରୁ ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନର ସମୀକ୍ଷା ପ୍ରଧାନମନ୍ତ୍ରୀ ନାରନ୍ଦ୍ର ମୋଦି କରିଛନ୍ତି। ଭାରତୀୟ ନାଗରିକଙ୍କ ସୁରକ୍ଷା ସରକାରଙ୍କ ପ୍ରାଥମିକତା ବୋଲି ସେ କହିଥିଲେ।

ପଶ୍ଚିମ ୟୁକ୍ରେନର ଉଜୋରୋଡକୁ, ସ୍ଲୋଭାକିଆର ସୀମାରେ ଏବଂ ହଙ୍ଗେରୀ ସୀମାରେ ଭାରତୀୟ ନାଗରିକମାନଙ୍କୁ ପଶ୍ଚିମ ଦିଗକୁ ଯିବାକୁ ସରକାର ପରାମର୍ଶ ଦେଇଛନ୍ତି ଏବଂ ସେଠାରୁ ସେମାନେ ଏକ ଟ୍ରେନରେ ରୋମାନିଆର ରାଜଧାନୀ ବୁକାରେଷ୍ଟରେ ପହଞ୍ଚିବେ। ସେଠାରୁ ସେମାନଙ୍କୁ ଏୟାର ଲିଫ୍ଟ କରାଯିବ। ଏହାପୂର୍ବରୁ ବହିର୍ବ୍ୟାପାର ମନ୍ତ୍ରୀ ଜୟଶଙ୍କର ହଙ୍ଗେରୀର ପ୍ରତିପକ୍ଷ ପିଟର ସିଜାଟ୍ରେଙ୍କ ସହ କଥା ହୋଇଥିଲେ। ହଙ୍ଗେରୀ-ୟୁକ୍ରେନ ସୀମାରୁ ଭାରତୀୟମାନଙ୍କୁ ସ୍ଥାନାନ୍ତର କରିବାରେ ଏପର୍ଯ୍ୟନ୍ତ ପ୍ରଦାନ କରାଯାଇଥିବା ସହାୟତା ପାଇଁ ସେ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri