ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିକୁ ବିରୋଧ:ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୨।୧୧

ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ଦିଆଯାଉ ନ ଥିବାରୁ ସ୍ବୟଂଶାସିତ ମାନ୍ୟତା ହରାଇବାକୁ ଯାଉଛି ଢେଙ୍କାନାଳ କଲେଜ। ଏ ନେଇ ନୂଆଦିଲ୍ଲୀସ୍ଥିତ ୟୁନିଭରର୍ସିଟି ଗ୍ରାଣ୍ଟ କମିଶନ (ୟୁଜିସି) ଷ୍ଟାଣ୍ଡିଂ କମିଟି ପତ୍ର ଲେଖି କଲେଜ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଛନ୍ତି। ୟୁଜିସିର ଏହି ନିଷ୍ପତ୍ତି ବିରୋଧରେ ତାତିଛନ୍ତି ଯୁକ୍ତ ୩ ବିଭାଗର ଛାତ୍ରୀଛାତ୍ର। ପ୍ରତିବାଦ ସ୍ବରୂପ ସେମାନେ ଶୁକ୍ରବାର ପୂର୍ବାହ୍ନ ସାଢ଼େ ୧୦ଟାରୁ କଲେଜ ଫାଟକ ସମ୍ମୁଖରେ ଥିବା ସହରର ପ୍ରମୁଖ ରାସ୍ତାକୁ ଅବରୋଧ କରି ଧାରଣାରେ ବସିଥିଲେ। ଫଳରେ ୨ଘଣ୍ଟା ଧରି ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।
ସୂଚନା ପାଇ ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ, ଟାଉନ ଥାନାଧିକାରୀ ଜ୍ଞାନରଞ୍ଜନ ସାମଲ ପ୍ରମୁଖ ପୋଲିସ ସହ ପହଞ୍ଚତ୍ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ସୁଫଳ ମିଳି ନ ଥିଲା। ଏ ନେଇ ପ୍ରଶାସନ ପଦକ୍ଷେପ ନେବ ବୋଲି ଲିଖିତ ଭାବେ ଦେବାକୁ ପିଲାମାନେ ଅଡ଼ି ବସିଥିଲେ। ଉପଜିଲାପାଳ ଲିଖିତ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ଅନ୍ୟପଟେ ଏ ନେଇ ଛାତ୍ରୀଛାତ୍ରମାନେ ପ୍ରଶାସନକୁ ୨୪ ଘଣ୍ଟା ମହଲତ ଦେଇଛନ୍ତି। ଏହି ସମୟ ମଧ୍ୟରେ କୌଣସି ପଦକ୍ଷେପ ଗ୍ରହଣ କରା ନ ଗଲେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ ଆରମ୍ଭ ହେବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।
ସୂଚନାଯୋଗ୍ୟ, ୧୯୫୯ରେ ପ୍ରତିଷ୍ଠିତ ଢେଙ୍କାନାଳ କଲେଜକୁ ୨୦୦୨ ସ୍ବୟଂଶାସିତ ମାନ୍ୟତା ମିଳିଥିଲା। ଯୁକ୍ତ ୩ ସ୍ନାତକରେ ଏବେ ୨୦୦୦ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ଏଠାରେ ବାଣିଜ୍ୟ, ଇତିହାସ, ଉଦ୍ଭିଦ ବିଜ୍ଞାନରେ ପିଜି ପାଠ୍ୟକ୍ରମ ରହିଛି। ପିପିପି ମୋଡ୍‌ରେ ଏମ୍‌ବିଏ ପାଠ୍ୟକ୍ରମ ମଧ୍ୟ ଚାଲିଛି। ହେଲେ କଲେଜରେ ୬୦ ମଞ୍ଜୁର ଅଧ୍ୟାପକ ପଦବୀ ରହିଥିବା ବେଳେ ବର୍ତ୍ତମାନ ଅଛନ୍ତି ମାତ୍ର ୨୬। ଅଧ୍ୟାପକ ଅଭାବ ଓ ସ୍ମାର୍ଟ କ୍ଲାସ ପରିଚାଳନା ନ ହେବା ଆଦି ସମସ୍ୟାକୁ ନେଇ ୟୁଜିସି ପକ୍ଷରୁ ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର କରିନେବାକୁ ଚିଠି ଆସିଛି। ଏ ସଂକ୍ରାନ୍ତରେ ଗତ ୨୭ ତାରିଖରେ ‘ଧରିତ୍ରୀ’ରେ ଖବର ପ୍ରକାଶିତ ହେବାପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା।
ଏ ସମ୍ପର୍କରେ ଅଧ୍ୟକ୍ଷା ଡ. ରଶ୍ମି ମିଶ୍ର କୁହନ୍ତି, ସମସ୍ୟା ସମ୍ପର୍କରେ କଲେଜ କର୍ତ୍ତୃପକ୍ଷ ସ୍ଥାନୀୟ ଜନ ପ୍ରତିନିଧି ଏବଂ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗକୁ ଅବଗତ କରାଇଛନ୍ତି। ସେହିପରି ପ୍ରଶାସନ ପକ୍ଷରୁ ସମସ୍ତ ଘଟଣାକୁ ଅନୁଧ୍ୟାନ କରି ପଦକ୍ଷେପ ଗ୍ରହଣ କରାଯିବ ବୋଲି ଉପଜିଲାପାଳ କହିଛନ୍ତି।


All Right Reserved By Dharitri.Com

୨୫ରୁ ଆରମ୍ଭ ହେବ ଷୋଡଶ ବିଧାନସଭା ଅଧିବେଶନ : ସୁରକ୍ଷା ପାଇଁ ତ୍ରିସ୍ତରୀୟ ବ୍ୟବସ୍ଥା

ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟାୟରେ ୨୫ରୁ ଆରମ୍ଭ ହୋଇ ଜୁଲାଇ...

ପ୍ରଜା ଦଖଲରେ ରାଜାରାଜୁଡ଼ା ଅମଳର ବନ୍ଧ: ପାଣି ପାଇଁ ଲୋକେ ଡହଳବିକଳ

ଖଣ୍ଡପଡ଼ା,୧୮ା୫(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅଞ୍ଚଳରେ ରାଜାରାଜୁଡା ଅମଳରୁ ନିର୍ମାଣ ହୋଇଥିବା ବନ୍ଧ (ପୋଖରୀ) ପ୍ରଜା ଦଖଲରେ ଥିବାରୁ ସେସବୁର ଉନ୍ନତୀକରଣ ହୋଇପାରୁ ନାହିଁ। ଫଳସ୍ବରୂପ ଉକ୍ତ...

ପ୍ରଧାନଶିକ୍ଷକଙ୍କ ମାଡ଼ରେ ଛାତ୍ର ଆହତ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ଝାରସୁଗୁଡ଼ା ଅଫିସ/ଲଖନପୁର,୧।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବାଲିଯୋରୀ ଉଚ୍ଚ ପ୍ରାଥମିକ ଉନ୍ନିତ ସ୍କୁଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍କୁଲ ପ୍ରଧାନଶିକ୍ଷକଙ୍କ ମାଡ଼ରେ ଜଣେ ୫ମ...

୩୦ ମିନିଟରେ ସରିଲା ରଥଯାତ୍ରା ସମୀକ୍ଷା ବୈଠକ: ରଥଯାତ୍ରା ପାଇଁ ୩ଦିନ ନିଃଶୁଳ୍କ ରହିବ ଟୋଲ୍‌ ଗେଟ୍‌

ପୁରୀ ଅଫିସ, ୨୯ା୬: ରଥଯାତ୍ରା ଦେଖିବା ପାଇଁ ପୁରୀକୁ ଲକ୍ଷ ଲକ୍ଷ ଭକ୍ତ ଆସିବେ। ଶ୍ରଦ୍ଧାଳୁମାନଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା, ରହଣି ଓ ଯାତାୟାତ ଉପରେ...

ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କଲେ ମନ୍ତ୍ରୀ: ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

ସାକ୍ଷୀଗୋପାଳ,୧୧।୧୧(ଡି.ଏନ୍‌.ଏ): ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରିଛନ୍ତି। ମହିଳା...

ଉଦ୍‌ଘାଟିତ ହେଲା ଖାରବେଳ ଭବନ

ଭୁବନେଶ୍ୱର, ୧୫।୮(ବ୍ୟୁରୋ.): ଭୁବନେଶ୍ୱରରେ ଖାରବେଳ ଭବନ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି। ଖାରବେଳ ଭବନରେ...

କାଳିଆ ଯୋଜନା: ନଭେମ୍ବରରେ ଯୋଗ୍ୟ ହିତାଧିକାରୀ ପାଇବେ ଦ୍ୱିତୀୟ କିସ୍ତି ଟଙ୍କା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଆସନ୍ତା ନଭେମ୍ବରରେ ମିଳିବ କାଳିଆ ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା। ମୁଖ୍ୟ ସଚିବ ଅସିତ୍‌ ତ୍ରିପାଠୀଙ୍କ ସହ ଆଲୋଚନା ପରେ ମଙ୍ଗଳବାର କୃଷି ସଚିବ...

ଅଁଳାନବମୀ ପ୍ରଥମ ସମନ୍ବୟ ବୈଠକ: ରାଧାପାଦ ଛୁଁଇବେ ନାହିଁ ଶ୍ରଦ୍ଧାଳୁ

ସାକ୍ଷୀଗୋପାଳ, ୨୩-୧୦(ଡି.ଏନ୍‌.ଏ.):ପୁରୀ ଜିଲା ସତ୍ୟବାଦୀ ବ୍ଲକ ସାକ୍ଷୀଗୋପାଳ ମନ୍ଦିରରେ ଅଁଳାନବମୀ ଚଳିତ ବର୍ଷ ନଭେମ୍ବର ୫ରେ ଅନୁଷ୍ଠିତ ହେବ। ଏନେଇ ପ୍ରଥମ ସମନ୍ବୟ ବୈଠକ ସାକ୍ଷୀଗୋପାଳ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *