Posted inଜାତୀୟ

‘ଭାରତ ଯୋଡୋ ଯାତ୍ରା’ରେ ୩୫୦୦ କିଲୋମିଟର ଚାଲିବେ କହ୍ନେୟା କୁମାର, ପୱନ ଖେଡାଙ୍କ ସମେତ ୧୧୭ ନେତା

ନୂଆଦିଲ୍ଲୀ,୧ ।୯: ସେପ୍ଟେମ୍ବର ୭ରୁ ଆରମ୍ଭ ହେବ କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ । ଏଥିରେ ୧୧୭ ଜଣ ନେତା ପଦଯାତ୍ରା କରିବେ । ଏହାର ସ୍ଥାୟୀ ସୂଚୀରେ କଂଗ୍ରେସର ଯୁବ ନେତା କହ୍ନେୟା କୁମାର, ପୱନ ଖେଡା ଓ ପଞ୍ଜାବର ପୂର୍ବତନ ମନ୍ତ୍ରୀ ବିଜୟ ଇନ୍ଦର ସିଙ୍ଗଲାଙ୍କ ନାମ ବି ରହିଛି । ଏମାନେ କନ୍ୟାକୁମାରୀରୁ କଶ୍ମୀର ମଧ୍ୟରେ ୩୫୦୦ କିଲୋମିଟର ପାଦରେ ଚାଲିବେ ।
ଯାତ୍ରା ଆୟୋଜନ ସମିତିର ଅଧ୍ୟକ୍ଷ ଦିଗ୍‌ବିଜୟ ସିଂଙ୍କ ସୂଚନା ଅନୁଯାୟୀ, ୧୨ ରାଜ୍ୟଦେଇ ଯାଉଥିବା ‘ଭାରତ ଯୋଡୋ ଯାତ୍ରା’ରେ ସାମିଲ ଥିବା ସମସ୍ତ ନେତା ଓ କର୍ମୀଙ୍କୁ ‘ଭାରତ ଯାତ୍ରୀ’ ନାମ ଦିଆଯାଇଛି । କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ତାମିଲନାଡୁର କନ୍ୟାକୁମାରୀରୁ ର‌୍ୟାଲି ସହ ହେଉଥିବା ଯାତ୍ରାକୁ ସବୁଜ ପତାକା ଦେଖାଇବେ ।
ରାହୁଲ ଆଗାମୀ ହିମାଚଳ ପ୍ରଦେଶ ଓ ଗୁଜରାଟ ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ ବିରତି ନେଇ ପଦଯାତ୍ରାରେ ଯୋଗ ଦେବେ । ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ପୂର୍ବତନ ଯୁବ କଂଗ୍ରେସ ଅଧ୍ୟକ୍ଷ କେଶବ ଚନ୍ଦ୍ର ଯାଦବ ଓ ଉତ୍ତରାଖଣ୍ଡର ସଂଚାର ବିଭାଗର ସଚିବ ବୈଭବ ୱାଲିୟା ବି ଯାତ୍ରାରେ ସାମିଲ ହେବେ ।
ସୂଚନାଯୋଗ୍ୟ, କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ‘ଭାରତ ଯୋଡୋ ଯାତ୍ରା’ ତାମିଲନାଡୁର କନ୍ୟାକୁମାରୀରୁ ଆରମ୍ଭ ହୋଇ ୧୨ ରାଜ୍ୟ ଦେଇ ଜମ୍ମୁ-କଶ୍ମୀରରେ ଶେଷ ହେବ । ଯାତ୍ରାରେ କଂଗ୍ରେସ ପତାକା ଦେଖିବାକୁ ମିଳିବ ନାହିଁ । ଏହା ବଦଳରେ ତ୍ରିରଙ୍ଗାକୁ ସାମିଲ କରାଯିବ । ଯାତ୍ରାର ମୂଳ ଉଦ୍ଦେଶ୍ୟ ସମାଜରୁ ଘୃଣା ହଟାଇବା ବୋଲି କୁହାଯାଇଛି । ୩୫୦୦ କିଲୋମିଟର ଏହି ପଦଯାତ୍ରା ପ୍ରାୟ ୧୫୦ ଦିନ ପର୍ଯ୍ୟନ୍ତ ଚାଲିବ ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri