ସ୍ବାଭିମାନ ଅଞ୍ଚଳରେ ମୃତ ବ୍ୟକ୍ତିଙ୍କ ନାମରେ ଉଠୁଛି ଭତ୍ତା ଟଙ୍କା

ଚିତ୍ରକୋଣ୍ଡା,୪।୧୧(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳରେ ଶତାଧିକ ମୃତ ବ୍ୟକ୍ତିଙ୍କ ନାମରେ ୩/୪ ବର୍ଷ ହେଲା ଭତ୍ତା ଟଙ୍କା ଉଠାଯାଉଛି। ରାଲେଗାଡ଼ ପଞ୍ଚାୟତରେ ୪ ଜଣ ମୃତ ବ୍ୟକ୍ତିଙ୍କ ନାମରେ ଭତ୍ତା ଟଙ୍କା ଉଠାଯାଉଥିବା ବେଳେ ଧୂଳିପୁଟରେ ୮ ଜଣ, ଗାଜୁଲୁମାମୁଡିରେ ୨୯ ଜଣ, ଯନ୍ତ୍ରୀରେ ୧୬ ଜଣ, ପଣଷପୁଟରେ ୬ ଜଣ, ଯୋଡ଼ାମ୍ବ ପଞ୍ଚାୟତରେ ୫ଜଣ ମୃତବ୍ୟକ୍ତିଙ୍କ ନାମରେ ଭତ୍ତା ଟଙ୍କା ଉଠାଯାଉଛି। ଏହାବ୍ୟତୀତ ଆଖପାଖ ଅନ୍ୟ ପଞ୍ଚାୟତର ଭତ୍ତା ଟଙ୍କା ନେଇ ହିସାବ କଲେ ଶତାଧିକ ମୃତବ୍ୟକ୍ତିଙ୍କ ନାମରେ ଭତ୍ତା ଅର୍ଥ ହଡପ କରାଯାଉଛି। ଗତ ଦୁଇ ମାସ ତଳେ ଗୁଣ୍ଠାୱାର୍ଡl ପଞ୍ଚାୟତରେ ହୋଇଥିବା ସାମାଜିକ ସମୀକ୍ଷା ଗ୍ରାମସଭାରେ ୧୨ ଜଣ ମୃତ ବ୍ୟକ୍ତିଙ୍କ ନାମରେ ଭତ୍ତା ଟଙ୍କା ପ୍ରଦାନ କରାଯାଉଥିବା ଅଭିଯୋଗ ହୋଇଥିଲା। ବହୁ ଦିନର ବ୍ୟବଧାନ ପରେ ସାମାଜିକ ସମୀକ୍ଷା ହୋଇଥିଲା। ଜିଲାସ୍ତରୀୟ ସାମାଜିକ ସମୀକ୍ଷକ ଦଳର ଏକ ସ୍ବତନ୍ତ୍ର ଟିମ୍‌ ଚିତ୍ରକୋଣ୍ଡା ବ୍ଲକ ଅଧୀନ ସ୍ବାଭିମାନ ଅଞ୍ଚଳକୁ ଯାଇ ୯ଟି ପଞ୍ଚାୟତର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଓ ଜାତୀୟ ସାମାଜିକ ସହାୟତା ଯୋଜନାର ସାମାଜିକ ସମୀକ୍ଷା କରିଥିଲେ। ଜିଲା ସାମାଜିକ ସମୀକ୍ଷକ ସୁବ୍ରତ କୁମାର ସାମଲ ନେତୃତ୍ୱ ନେଇଥିଲେ। ସଂଗ୍ରାମ କେଶରୀ ମାହାଲିକ, ବେଲାଳସେନ ଗୁଣ୍ଠା, ରାକେଶ ଦାସ, ଟି. ମୁରଲୀକ୍ରିଷ୍ଣା, ଚନ୍ଦ୍ରକାନ୍ତ ପଣ୍ଡା, ସୁଜାତା ବିଶ୍ୱାସ, ଅଜିତ ସଗରିଆ, ସାବିନା ସାହା ସାମାଜିକ ସମୀକ୍ଷା ପରିଚାଳନା କରିଥିଲେ। ମୃତ ବ୍ୟକ୍ତିଙ୍କ ନାମରେ ଭତ୍ତା ଟଙ୍କା ଉଠାଯାଉଥିବା ଅଭିଯୋଗ ସମ୍ପର୍କରେ ବିଡିଓ ଲରିମନ ଖରସେଲଙ୍କୁ ପଚାରିବାରୁ ସେ କହିଥିଲେ ଯେ, ଆସିଥିବା ଅଭିଯୋଗର ତଦନ୍ତ କରାଯିବ। ଯଦି କୌଣସି ପଞ୍ଚାୟତରେ ଏଭଳି ହୋଇଥାଏ ସତ୍ୟତା ମିଳିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri