୧୧୯ କେଜି ଗଞ୍ଜେଇ ଜବତ

ଚିତ୍ରକୋଣ୍ଡା,୪।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଡାଇକ ୩, ଟନେଲକ୍ୟାମ୍ପ, ନାକାମାମୁଡୁ, ମନ୍ତ୍ରୀପୁଟ ଅଞ୍ଚଳରେ ଖାନତଲାସୀ ବେଳେ ପୋଲିସ ୧୧୯ କେଜି ୧୦୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି।

ମିଳିଥିବା ସୂଚନା ମୁତାବକ, ରବିବାର ରାତିରେ ଚିତ୍ରକୋଣ୍ଡା ଥାନା ଏସ୍‌ଆଇ ବି.କେ ଦଳଙ୍କ ନେତୃତ୍ୱରେ ଚିତ୍ରକୁଣ୍ଡା ପୋଲିସର ଏକ ଟିମ୍‌ ମନ୍ତ୍ରୀପୁଟ-ନାକାମାମୁଡ଼ି ରାସ୍ତାରେ ପାଟ୍ରୋଲିଂ କରୁଥିଲା। ସେତିକିବେଳେ କିଛି ବ୍ୟକ୍ତି ନାକାମାମୁଡି ଗ୍ରାମରୁ ୬୦୦ ମିଟର ଦୂର ଜଙ୍ଗଲ ରାସ୍ତାରେ ଛିଡା ହୋଇଥିବା ପୋଲିସ ଟିମ୍‌ ଦେଖିବାକୁ ପାଇଥିଲା। ପୋଲିସକୁ ଦେଖି ସେମାନେ ଜଙ୍ଗଲକୁ ଦୌଡି ପଳାଇବାକୁ ଚେଷ୍ଟା କରିଥିଲେ। ସେହି ସମୟରେ ପୋଲିସ ଟିମ୍‌ ସେମାନଙ୍କ ମଧ୍ୟରୁ ଜଣଙ୍କୁ କାବୁ କରିବାରେ ସକ୍ଷମ ହୋଇଥିଲେ। ତାଙ୍କ ନିକଟରୁ ଜବତ ହୋଇଥିବା ୫ଟି ଜରି ଅଖାରେ ଗଞ୍ଜେଇ ଥିବା ନେଇ ପୋଲିସ ଜାଣିବାକୁ ପାଇଥିଲା। ପୋଲିସ ଗଞ୍ଜେଇ ଜବତ କରି ଜଣେ ଚାଲାଣକାରୀଙ୍କୁ ଥାନାକୁ ନେଇଥିଲା। ଜବତ ଗଞ୍ଜେଇ ୧୧୯ କେଜି ୧୦୦ ଗ୍ରାମ ଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ୧୦ ଲକ୍ଷରୁ ଊଦ୍ଧର୍‌ବ ହେବ ବୋଲି ପୋଲିସ କହିଛି। ଜବତ ଗଞ୍ଜେଇ ଓଡିଶାରୁ ଆନ୍ଧ୍ର ରାଜ୍ୟର ସିଲେରୁ ଅଞ୍ଚଳକୁ ଚାଲାଣ ହେଉ ଥିବା ପୋଲିସ ସୂଚନା ଦେଇଛି। ଏନେଇ ଚିତ୍ରକୋଣ୍ଡା ଥାନା ପୋଲିସ ଏକ ମାମଲା(ନଂ.୮୦/୨୨) ରୁଜୁ କରାଯାଇଛି। ଅଭିଯୁକ୍ତ ଶ୍ୟାମ ଖରା(୨୮)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବୋଲି ଚିତ୍ରକୋଣ୍ଡା ଓଆଇସି ଅନିଲ କୁମାର ପରିଡ଼ା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri