୧୧୯ କେଜି ଗଞ୍ଜେଇ ଜବତ

ଚିତ୍ରକୋଣ୍ଡା,୪।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଡାଇକ ୩, ଟନେଲକ୍ୟାମ୍ପ, ନାକାମାମୁଡୁ, ମନ୍ତ୍ରୀପୁଟ ଅଞ୍ଚଳରେ ଖାନତଲାସୀ ବେଳେ ପୋଲିସ ୧୧୯ କେଜି ୧୦୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି।

ମିଳିଥିବା ସୂଚନା ମୁତାବକ, ରବିବାର ରାତିରେ ଚିତ୍ରକୋଣ୍ଡା ଥାନା ଏସ୍‌ଆଇ ବି.କେ ଦଳଙ୍କ ନେତୃତ୍ୱରେ ଚିତ୍ରକୁଣ୍ଡା ପୋଲିସର ଏକ ଟିମ୍‌ ମନ୍ତ୍ରୀପୁଟ-ନାକାମାମୁଡ଼ି ରାସ୍ତାରେ ପାଟ୍ରୋଲିଂ କରୁଥିଲା। ସେତିକିବେଳେ କିଛି ବ୍ୟକ୍ତି ନାକାମାମୁଡି ଗ୍ରାମରୁ ୬୦୦ ମିଟର ଦୂର ଜଙ୍ଗଲ ରାସ୍ତାରେ ଛିଡା ହୋଇଥିବା ପୋଲିସ ଟିମ୍‌ ଦେଖିବାକୁ ପାଇଥିଲା। ପୋଲିସକୁ ଦେଖି ସେମାନେ ଜଙ୍ଗଲକୁ ଦୌଡି ପଳାଇବାକୁ ଚେଷ୍ଟା କରିଥିଲେ। ସେହି ସମୟରେ ପୋଲିସ ଟିମ୍‌ ସେମାନଙ୍କ ମଧ୍ୟରୁ ଜଣଙ୍କୁ କାବୁ କରିବାରେ ସକ୍ଷମ ହୋଇଥିଲେ। ତାଙ୍କ ନିକଟରୁ ଜବତ ହୋଇଥିବା ୫ଟି ଜରି ଅଖାରେ ଗଞ୍ଜେଇ ଥିବା ନେଇ ପୋଲିସ ଜାଣିବାକୁ ପାଇଥିଲା। ପୋଲିସ ଗଞ୍ଜେଇ ଜବତ କରି ଜଣେ ଚାଲାଣକାରୀଙ୍କୁ ଥାନାକୁ ନେଇଥିଲା। ଜବତ ଗଞ୍ଜେଇ ୧୧୯ କେଜି ୧୦୦ ଗ୍ରାମ ଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ୧୦ ଲକ୍ଷରୁ ଊଦ୍ଧର୍‌ବ ହେବ ବୋଲି ପୋଲିସ କହିଛି। ଜବତ ଗଞ୍ଜେଇ ଓଡିଶାରୁ ଆନ୍ଧ୍ର ରାଜ୍ୟର ସିଲେରୁ ଅଞ୍ଚଳକୁ ଚାଲାଣ ହେଉ ଥିବା ପୋଲିସ ସୂଚନା ଦେଇଛି। ଏନେଇ ଚିତ୍ରକୋଣ୍ଡା ଥାନା ପୋଲିସ ଏକ ମାମଲା(ନଂ.୮୦/୨୨) ରୁଜୁ କରାଯାଇଛି। ଅଭିଯୁକ୍ତ ଶ୍ୟାମ ଖରା(୨୮)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବୋଲି ଚିତ୍ରକୋଣ୍ଡା ଓଆଇସି ଅନିଲ କୁମାର ପରିଡ଼ା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri