୧୧୯ ଓ୍ବାର୍ଡମେମ୍ବର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

କୋକସରା,୨୯ା୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରଣକ୍ଷେତ୍ର ପ୍ରସ୍ତୁତ ସରିଛି। ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ପ୍ରକାଶ ପାଇଛି ପ୍ରାର୍ଥୀଙ୍କ ଚୂଡ଼ାନ୍ତ ତାଲିକା। କୋକସରା ବ୍ଲକ ୨୨ ପଞ୍ଚାୟତର ବିଭିନ୍ନ ପଞ୍ଚାୟତ ସମିତି, ସରପଞ୍ଚ ଓ ଓ୍ବାର୍ଡମେମ୍ବର ପାଇଁ ପ୍ରାର୍ଥିପତ୍ର ପ୍ରତ୍ୟାହୃତ ପରେ ୫୦୦ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବା ପାଇଁ କ୍ଷେତ୍ର ପ୍ରସ୍ତୁତ କରିବାରେ ଲାଗି ପଡ଼ିଛନ୍ତି। କୋକସରା ବ୍ଲକର ୨୨ ପଞ୍ଚାୟତରେ ସମିତି ପାଇଁ ୯୬ ଜଣ, ସରପଞ୍ଚ ପାଇଁ ୧୨୩ ଜଣ ଓ ଓ୍ବାର୍ଡମେମ୍ବର ପାଇଁ ୨୮୧ ଜଣ ପ୍ରାର୍ଥୀ ନିର୍ବାଚନରେ ଲଢ଼ିବା ପାଇଁ ପଞ୍ଚାୟତ ନିର୍ବାଚନ ରଣକ୍ଷେତ୍ରରେ ନିଜ ଭାଗ୍ୟ ପରୀକ୍ଷା କରିବେ।

ଫେବୃୟାରୀ ୨୦ରେ କୋକସରା ବ୍ଲକରେ ମତଦାନ ହେବ। ଏହା ପୂର୍ବରୁ ସମିତି ସଭ୍ୟ, ସରପଞ୍ଚ ପ୍ରାର୍ଥୀମାନେ ନିଜ ନିଜ ପଞ୍ଚାୟତରେ ପ୍ରଚାର ପ୍ରସାର ଆରମ୍ଭ କରିଥିବା ଦେଖିବାକୁ ମିଳୁଛି । ତେବେ କୋକସରା ବ୍ଲକର ୨୨ ପଞ୍ଚାୟତରୁ ୧୧୯ ଜଣ ଓ୍ବାର୍ଡମେମ୍ବର ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚନ ଜିତିଛନ୍ତି। ସମିତି ସଭ୍ୟ, ସରପଞ୍ଚ ଓ ଓ୍ବାର୍ଡ ସଭ୍ୟଙ୍କୁ ନିର୍ବାଚନରେ ଲଢ଼ିବା ପାଇଁ ଚିହ୍ନ ମଧ୍ୟ ମିଳିଛି।ଏହି ଚିହ୍ନକୁ ନେଇ ସେମାନେ ନିଜର ସମର୍ଥକଙ୍କ ସହ ଗାଁ ଗାଁ ପଡ଼ା ପଡ଼ା ବୁଲି ଲୋକଙ୍କ ନିକଟରେ ପହଞ୍ଚି ନିଜ ସପକ୍ଷରେ ଭୋଟ ଦେବାକୁ ମନାଉଛନ୍ତି। ତେବେ ନିର୍ବାଚନକୁ ନେଇ ଗାଁ ଗାଁରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଥିବା ବେଳେ ଆଶାୟୀ ପ୍ରାର୍ଥୀ ଓ ସମର୍ଥକଙ୍କ ମଧ୍ୟରେ ଦିନରାତି ପଞ୍ଚାୟତ ରାଜନୀତି ପାଇଁ ଉତ୍କଣ୍ଠା, ବିଜୟ ପାଇଁ ରଣନୀତି ଓ କସରତ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?