ଡରାଇଲାଣି କରୋନା: ଚିହ୍ନଟ ହେଲେ ଆଉ ୧୧୯୬ ଆକ୍ରାନ୍ତ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ବେଳକୁ ବେଳ କାୟା ବିସ୍ତାର କରୁଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୯ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୪୯୭ ଲୋକାଲ୍‌ କେସ୍‌ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୩,୧୯୧କୁ ବୃଦ୍ଧି ପାଇଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି ।

ଆକ୍ରାନ୍ତମାନେ ୨୮ ଜିଲାର। ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୩୧୨,ସୁନ୍ଦରଗଡ଼ରୁ ୧୭୪ ଜଣ, କଟକରୁ ୧୦୯ ଜଣ, ମୟୂରଭଞ୍ଜରୁ ୧୦୨ ଜଣ, ସମ୍ବଲପୁରରୁ ୭୦ ଜଣ, ସୋନପୁରରୁ ୫୦ ଜଣ, ନୟାଗଡ଼ରୁ ୩୬ ଜଣ, ଝାରସୁଗୁଡ଼ାରୁ ୩୩ ଜଣ,ଯାଜପୁରରୁ ୨୮ ଜଣ, ପୁରୀରୁ ୨୭ ଜଣ, ବାଲେଶ୍ବର ଓ ରାୟଗଡ଼ା ଜିଲାରୁ ୧୯ ଜଣ ଲେଖାଏ, ବୌଦ୍ଧରୁ ୧୬ ଜଣ, ବଲାଙ୍ଗୀର ଓ ଜଗତସିଂହପୁରରୁ ୧୫ ଜଣ ଲେଖାଏ, କେନ୍ଦୁଝରରୁ ୧୪ ଜଣ, ବରଗଡ଼, ଭଦ୍ରକ ଓ ନବରଙ୍ଗପୁର ଜିଲ୍ଲାରୁ ୧୨ ଜଣ ଲେଖାଏ, କେନ୍ଦ୍ରାପଡ଼ାରୁ ୧୧ ଜଣ, କୋରାପୁଟରୁ ୯ ଜଣ, ଗଜପତି ଓ କଳାହାଣ୍ଡି ଜିଲାରୁ ୬ ଜଣ ଲେଖାଏ, କନ୍ଧମାଳରୁ ୫ ଜଣ, ଅନୁଗୋଳରୁ ୪ ଜଣ, ଦେବଗଡ଼ ଓ ଢ଼େଙ୍କାନାଳ ଜିଲାରୁ ୩ ଜଣ ଲେଖାଏ, ଗଞ୍ଜାମରୁ ୨ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ପ୍ରକାଶ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୩,୦୩,୧୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୯୩ ଟି ଆକ୍ଟିଭ କେସ ରହିଥିବା ବେଳେ ୧୨,୮୬,୯୧୫ ଜଣ ସୁସ୍ଥ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri