Odisha Elections 2024

ରଣଜିତ ମାଝିଙ୍କୁ ୧୧ତମ ଶାମ୍ଭବୀ ପୁରସ୍କାର

ଭୁବନେଶ୍ୱର,୪।୫: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ (ବିଆଇପିଏଫ୍‌) ପକ୍ଷରୁ ଶୁକ୍ରବାର ଆୟୋଜିତ ୧୧ତମ ଶାମ୍ଭବୀ ପୁରସ୍କାର ବିତରଣ ଉତ୍ସବ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ସାମାଜିକ କର୍ମୀ ରଣଜିତ ମାଝିଙ୍କୁ ୧୧ତମ ଶାମ୍ଭବୀ ପୁରସ୍କାର ପ୍ରଦାନ କରାଯାଇଛି। ଏହା ସହ ଜୀବନ ଜୀବିକା ଓ ଆମତ୍ନିର୍ଭରଶୀଳତା ଦିଗରେ ଉଲ୍ଲେଖନୀୟ ଅବଦାନ ସହ ତୃଣମୂଳସ୍ତରରେ ମହିଳାମାନଙ୍କୁ ସଶକ୍ତ କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ସସ୍ମିତା ମଙ୍ଗରାଜଙ୍କୁ ଜୁରି ପ୍ରଶଂସାପତ୍ର ପ୍ରଦାନ କରାଯାଇଛି। ମହାରାଷ୍ଟ୍ର ସ୍ଥିତ ମନ୍‌ ଦେଶୀ ବ୍ୟାଙ୍କ୍‌ ତଥା ମନ୍‌ ଦେଶୀ ଫାଉଣ୍ଡେଶନର ଅଧ୍ୟକ୍ଷା ଚେତନା ସିହ୍ନା ମୁଖ୍ୟ ଅତିଥି ଏବଂ ୪୨ତମ ଉପ-ସେନା ପ୍ରମୁଖ ତଥା ଦିଲ୍ଲୀ ସ୍ଥିତ ସଶସ୍ତ୍ର ବାହିନୀ ଟ୍ରିବ୍ୟୁନାଲର ସଦସ୍ୟ ଲ୍ୟୁଟ୍‌ନାଣ୍ଟ ଜେନେରାଲ ଚଣ୍ଡି ପ୍ରସାଦ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉଭୟ ରଣଜିତ ଓ ସସ୍ମିତାଙ୍କୁ ପୁରସ୍କୃତ କରିଥିଲେ।
ଏହି ଅବସରରେ ଚେତନା ସିହ୍ନା କହିଥିଲେ, ପ୍ରକୃତ ପରିବର୍ତ୍ତନ ଏକ ସାହସିକ ପଦକ୍ଷେପ ସହ ଆରମ୍ଭ ହୋଇଥିବାବେଳେ ଏହି ବିନମ୍ର ନାୟକମାନଙ୍କ ଛୋଟିଆ ପ୍ରୟାସ ଗରିବ ଓ ବଞ୍ଚତ୍ିତ ଲୋକମାନଙ୍କ ଜୀବନରେ ଏକ ବିରାଟ ପରିବର୍ତ୍ତନ ଆଣିପାରିଛି। ସେହିଭଳି ବିଆଇପିଏଫ୍‌ର ସିଇଓ ତଥା ଟ୍ରଷ୍ଟି ଏବଂ ଇମ୍ଫା ସିଏସ୍‌ଆର୍‌ (ସ୍ପେଶିଆଲ ଇନିସିଏଟିଭ)ର ମୁଖ୍ୟ ଶୈଫାଳିକା ପଣ୍ଡା କହିଛନ୍ତି, ବଞ୍ଚତ୍ିତ ଲୋକମାନଙ୍କ ସେବା କରିବା ଓ ସାମାଜିକ ପରିବର୍ତ୍ତନ ଦିଗରେ ପ୍ରଭାବୀ ପଦକ୍ଷେପ ନେବା ଆମର ଦାୟିତ୍ୱ ହୋଇଥିଲାବେଳେ ଶାମ୍ଭବୀ ପୁରସ୍କାର ସାମୂହିକ ବିକାଶ ନିମନ୍ତେ ତୃଣମୂଳସ୍ତରରେ କାର୍ଯ୍ୟ କରୁଥିବା ଆଗଧାଡ଼ିର ସାମାଜିକ କାର୍ଯ୍ୟକର୍ତ୍ତାଙ୍କ ଦୂରଦୃଷ୍ଟି ଓ ଅଭିଳାଷକୁ ତ୍ୱରାନ୍ବିତ କରିବା ପାଇଁ ଏକ ମଞ୍ଚ ପ୍ରଦାନ କରୁଛି। ସେହିପରି ଜେନେରାଲ ଚଣ୍ଡିପ୍ରସାଦ ମହାନ୍ତି କହିଥିଲେ, ସାମାଜିକ ପରିବର୍ତ୍ତନକାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ କରିବା ଅବସରରେ ଆମେ ଗୋଷ୍ଠୀମାନଙ୍କ ଉତ୍‌ଥାନ ଓ ସକାରାମତ୍କ ପରିବର୍ତ୍ତନକୁ ପ୍ରୋତ୍ସାହନ ଦେବା ପାଇଁ କଠିନ ପରିଶ୍ରମ କରୁଥିବା ଏହି ଲୋକମାନଙ୍କ ସ୍ଥିରତା ଓ ପ୍ରତିବଦ୍ଧତାକୁ ମଧ୍ୟ ସମ୍ମାନ ଜଣାଇବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଜୟଆଲୁକ୍କାସ୍‌ର ମେଗା ବିସ୍ତାର ଯୋଜନା

ଭୁବନେଶ୍ୱର, ୧୮।୫: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଜୁଏଲେରି ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଆଉଟ୍‌ଲେଟ୍‌ ଏବଂ ବିସ୍ତାର ଯୋଜନା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି...

ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ

ଭୁବନେଶ୍ୱର,୧୮।୫ (ଅନୁରାଧା ମହାରଣା): ଭାରତର ସର୍ବବୃହତ୍‌ ପାର୍କ ଚେନ୍‌ କୁହାଯାଉଥିବା ୱଣ୍ଡେର୍ଲା ହଲିଡେଜ୍‌ ପକ୍ଷରୁ ଓଡ଼ିଶାରେ ଓ୍ବଣ୍ଡେର୍ଲା ଆମ୍ୟୁଜ୍‌ମେଣ୍ଟ ପାର୍କ ନିର୍ମାଣ ହୋଇଛି। ଭୁବନେଶ୍ୱରଠାରୁ ୨୨.୫ କି.ମି....

ଓସ୍‌ମେ ମହିଳା ଶିଳ୍ପୋଦ୍ୟୋଗୀ ସଂଘର ନୂତନ କର୍ମକର୍ତ୍ତା

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଶିଳ୍ପ ସଂଘ ତଥା କଟକ ଖପୁରିଆ ଶିଳ୍ପାଞ୍ଚଳଠାରେ ଥିବା ଓଡ଼ିଶା ଆସମ୍ବଲି ଅଫ୍‌ ସ୍ମଲ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ୍‌ (ଓଏଏସ୍‌ଏମ୍‌ଇ ବା...

ଓସିପିଏଲ୍‌ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୫: ଓଡ଼ିଶା କୋଲ୍‌ ଆଣ୍ଡ ପାଓ୍ବାର ଲିମିଟେଡ୍‌ (ଓସିପିଏଲ୍‌)ର ମନୋହରପୁର ୟୁନିଟ୍‌ ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ...

ଭି-ମାର୍ଟର ନୂତନ ଟି-ଶାର୍ଟ ରେଞ୍ଜ

ନୂଆଦିଲ୍ଲୀ,୧୮।୫: ଦେଶର ପ୍ରମୁଖ ଫ୍ୟାଶନ ରିଟେଲର ଭି-ମାର୍ଟ (ଭି-ମାର୍ଟ ରିଟେଲ ଲିମିଟେଡ୍‌)ର ନୂତନ ଟି-ଶାର୍ଟ ରେଞ୍ଜ ନିକଟରେ ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

୨୦୨୪ରେ ଭାରତର ଜିଡିପି ଅଭିବୃଦ୍ଧି ଆକଳନ ୬.୯% ପର୍ଯ୍ୟନ୍ତ ବୃଦ୍ଧି କଲା ଜାତିସଂଘ

ନୂଆଦିଲ୍ଲୀ,୧୭।୫: ମିଳିତ ଜାତିସଂଘ ୨୦୨୪ ପାଇଁ ଭାରତର ଅଭିବୃଦ୍ଧି ଆକଳନକୁ ସଂଶୋଧନ କରିଛି ଏବଂ ଚଳିତ ବର୍ଷ ଅର୍ଥନୀତି ପ୍ରାୟ ୭% ବୃଦ୍ଧି ପାଇବ ବୋଲି...

ଏପ୍ରିଲରେ ୧୧,୬୫୬ ୟୁନିଟ୍‌ ଟ୍ରାକ୍ଟର ବିକ୍ରି

ଭୁବନେଶ୍ୱର,୧୭ା୫: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ‘ସୋନାଲିକା’ର ମାସିକ ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। କମ୍ପାନୀର ଘୋଷଣା ଅନୁଯାୟୀ ୨୦୨୪ ଏପ୍ରିଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri