ଶ୍ରମିକଙ୍କ ପାଇଁ ଦିନ ୧୧ରୁ ୩ କାର୍ଯ୍ୟ ବନ୍ଦ

ଭଦ୍ରକ ଅଫିସ,୫।୩: ସମ୍ଭାବ୍ୟ ଅଂଶୁଘାତ ମୁକାବିଲା ପାଇଁ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଜିଲା ଜରୁରୀକାଳୀନ ବିଭାଗ ସଂଯୋଜନାରେ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଏଥିରେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା, ଅଂଶୁଘାତ ପୀଡ଼ିତଙ୍କୁ ସ୍ବତନ୍ତ୍ର ଚିକିତ୍ସା, ସ୍କୁଲ, ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକରେ ପାନୀୟ ଜଳ ବ୍ୟବସ୍ଥା ଓ କାର୍ଯ୍ୟ ସମୟ ପରିବର୍ତ୍ତନ, ଜଳଛତ୍ର, ପ୍ରାଣୀସମ୍ପଦ ପାଇଁ ପାଣିକୁଣ୍ଡ, ଶ୍ରମିକମାନଙ୍କ ଲାଗି ଛାୟାପ୍ରଦ ଆଶ୍ରୟସ୍ଥଳ, ପାନୀୟ ଜଳ ବ୍ୟବସ୍ଥା ସହ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ, ଯାତ୍ରୀବାହୀ ବସ୍‌ରେ ପାନୀୟ ଜଳ ବ୍ୟବସ୍ଥା ଓ ଆବଶ୍ୟକ ସ୍ଥଳେ ଚଳାଚଳ ସମୟ ପରିବର୍ତ୍ତନ ଆଦି ବିଷୟରେ ଆଲୋଚନା କରାଯାଇଥିଲା। ଏସବୁ ଦିଗରେ ପଦକ୍ଷେପ ନେବା ପାଇଁ ଜିଲାପାଳ ପଦାଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସେହିପରି କୌଣସି ସ୍ଥାନରେ ନଳକୂପ ଅଚଳ ଖବର ମିଳିବା ମାତ୍ରେ ୨୪ ଘଣ୍ଟାରେ ସଚଳ କରିବା ପାଇଁ ଜନସ୍ବାସ୍ଥ୍ୟ ଓ ଗ୍ରାମ୍ୟ ଜଳ ଯୋଗାଣ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅଂଶୁଘାତ ମୁକାବିଲା ନେଇ ଏସ୍‌ଆର୍‌ସିଙ୍କ ଦ୍ୱାରା ପ୍ରଣୀତ ସମସ୍ତ ମାର୍ଗଦର୍ଶିକା ଅନୁପାଳନ କଲେ ଅଂଶୁଘାତଜନିତ ଶୂନମୃତ୍ୟୁ ସମ୍ଭବ କରିପାରିବା ବୋଲି ଜିଲାପାଳ କହିଥଲେ। କୌଣସିଠାରେ ଅଂଶୁଘାତ ମୃତ୍ୟୁଜନିତ ଅଘଟଣ ଘଟିଲେ ସରକାରଙ୍କ ଦ୍ୱାରା ଧାର୍ଯ୍ୟ ୫୦ ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ସହ ତହସିଲଦାର ଓ ଡାକ୍ତରଙ୍କ ମିଳିତ ତଦନ୍ତ ରିପୋର୍ଟ ବାଧ୍ୟତାମୂଳକ ବୋଲି ଆଲୋଚ୍ୟ ବିବରଣୀ ଉପସ୍ଥାପନ କରିବା ଅବସରରେ ଜିଲା ଜରୁରୀକାଳୀନ ଅଧିକାରୀ ମନୋରମା ଜାଲି ପ୍ରକାଶ କରିଥିଲେ। ଅତିରିକ୍ତ ଜିଲାପାଳ ରାମଦାସ ଟୁଡୁ, ଶାନ୍ତନୁ କୁମାର ମହାନ୍ତି, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରତାପ ପ୍ରୀତିମୟ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସନ୍ତୋଷ କୁମାର ପାତ୍ର, ଉପଜିଲାପାଳ ମନୋଜ ପାତ୍ର, ଅତିରିକ୍ତ ଏସ୍‌ପି ବିଜୟ ରଞ୍ଜନ କେରକେଟା, ଅତିରିକ୍ତ ଉପଜିଲାପାଳ ଡ. ଲକ୍ଷ୍ମୀପ୍ରସାଦ ସାହୁ ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri