ବକେୟା ଅର୍ଥ ମାଗିବାକୁ କେନ୍ଦ୍ର କରି ହଣାକଟା,୧୨ ଗୁରୁତର

ବାଲେଶ୍ୱର,୨ା୪ (ବାଞ୍ଛାନିଧି ଦେ): ବକେୟା ଅର୍ଥକୁ ନେଇ ବାଲେଶ୍ୱର ଜିଲା ବସ୍ତା ଥାନା ବାହାର୍ଦ୍ଦା ବସ୍ତିରେ ୨ ଗୋଷ୍ଠୀ ମଧ୍ୟରେ ହଣାକଟା ହୋଇଛି। ୪ମହିଳାଙ୍କ ସମେତ ୧୨ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ପ୍ରଥମେ ବସ୍ତା ପରେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ବାହାର୍ବ୍ଦା ବସ୍ତିର ସେକ ରମଜାନ ଓ ସେକ ସୁରାଜଙ୍କ ମଧ୍ୟରେ ମଙ୍ଗଳବାର ସନ୍ଧ୍ୟାରେ ଗାନ୍ଧିଛକଠାରେ ବକେୟା ୮ ହଜାର ଟଙ୍କାକୁ ନେଇ ପାଟିତୁଣ୍ଡ ହୋଇଥିଲା। ପୋଲିସ ସମାଧାନ କରି ସମସ୍ତଙ୍କୁ ଘରକୁ ପଠାଇଥିଲା। ମାତ୍ର ଏହି ଘଟଣାକୁ କେନ୍ଦ୍ରକରି ମାରପିଟ ଓ ହଣାକଟା ହୋଇଥିଲା। ଗୁରୁତରଙ୍କ ମଧ୍ୟରୁ ୯ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri