ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ଠାକୁରମୁଣ୍ଡା (ତାରାକାନ୍ତ ପଟ୍ଟନାୟକ),୧୦ା୯ସାମାନ୍ୟ ମାଛ ଚୋରି ପାଇଁ କଙ୍ଗାରୁକୋର୍ଟରେ ମାଡ଼ ମାରି ଦଣ୍ଡିତ କରିଥିବାରୁ ଲୋକଲଜ୍ୟା ସହି ନ ପାରି ବିଷ ପିଇ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଠାକୁରମୁଣ୍ଡା ଥାନା ଅଧୀନ ଖଣ୍ଡବନ୍ଧ ଗ୍ରାମରେ ଆଲୋଡନ ସୃଷ୍ଟି କରିଛି। ମୃତ ଯୁବକ ହେଲେ ଗ୍ରାମର ଯଶୋବନ୍ତ ମହାନ୍ତ। ଏନେଇ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ଯଶୋବନ୍ତ ଗ୍ରାମ ପୋଖରୀରୁ ମାଛ ଚୋରି କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ଗ୍ରାମରେ କଙ୍ଗାରୁ କୋର୍ଟ କରି କେତେଜଣ ବ୍ୟକ୍ତି ତାଙ୍କୁ ମାଡ଼ ମାରିଥିଲେ। ୧୨ଟି କେରାଣ୍ଡି ମାଛ ପୋଖରୀରୁ ଧରିଥିବାରୁ ତାଙ୍କୁ ୧୨ ହଜାର ଟଙ୍କା ଅର୍ଥଦଣ୍ତ କରିଥିଲେ। ଗ୍ରାମରେ କଙ୍ଗାରୁ କୋର୍ଟ ସକାଳରୁ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିଥିଲା। ପରେ ଯଶୋବନ୍ତଙ୍କୁ ଗ୍ରାମବାସୀ ଛାଡ଼ି ଦେଇଥିଲେ। ଯୁବକ ରକ୍ତାକ୍ତ ଅବସ୍ଥାରେ ଘରକୁ ଯାଇ ବାପାଙ୍କ ନିକଟରେ ସବୁ କଥା କହିଥିଲେ। ପରେ ଅନ୍ୟ ଏକ ଘରକୁ ଯାଇ ବିଷ ପିଇ ଦେଇଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଠାକୁରମୁଣ୍ଡା ମେଡ଼ିକାଲରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଠାକୁରମୁଣ୍ଡା ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ ବି ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଜଣାପଡ଼ିନାହଁ। ତେବେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି। ମୃତକଙ୍କ ବାପା ଏ ନେଇ ଠାକୁରମୁଣ୍ଡା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ଥାନାରେ ମାମଲା(ନଂ. ୮୪/୨୩)ରୁଜୁ ହୋଇଛି।
Posted inHome, Home Left, ଆମ ଜିଲା ଖବର, ମୟୂରଭଞ୍ଜ View All
ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍, ହୁ ହୁ ହୋଇ ବଢିବ ଧନ!
ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…
ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି
ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…
ଧର୍ମାନ୍ତରୀକରଣ
ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…
ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ
ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…
ଏମ୍ଏମ୍ଡିଆର୍ ସଂଶୋଧନ ଆଇନକୁ ନେଇ ରାଜନୀତି
ଭୁବନେଶ୍ୱର,୨୩ା୮(ସୁନିତ୍ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍ଏମ୍ଡିଆର୍ ସଂଶୋଧନ ଆଇନ-୨୦୨୬ ବିଲ୍ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…
ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍ପି
ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…
ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ
ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…
ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍ ଗୀତ ଗାଇ…
କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍ ଗାୟିକା ହେବା ସହିତ ସେ ଜଣେ…
Archives

