ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ଠାକୁରମୁଣ୍ଡା (ତାରାକାନ୍ତ ପଟ୍ଟନାୟକ),୧୦ା୯ସାମାନ୍ୟ ମାଛ ଚୋରି ପାଇଁ କଙ୍ଗାରୁକୋର୍ଟରେ ମାଡ଼ ମାରି ଦଣ୍ଡିତ କରିଥିବାରୁ ଲୋକଲଜ୍ୟା ସହି ନ ପାରି ବିଷ ପିଇ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଠାକୁରମୁଣ୍ଡା ଥାନା ଅଧୀନ ଖଣ୍ଡବନ୍ଧ ଗ୍ରାମରେ ଆଲୋଡନ ସୃଷ୍ଟି କରିଛି। ମୃତ ଯୁବକ ହେଲେ ଗ୍ରାମର ଯଶୋବନ୍ତ ମହାନ୍ତ। ଏନେଇ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ଯଶୋବନ୍ତ ଗ୍ରାମ ପୋଖରୀରୁ ମାଛ ଚୋରି କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ଗ୍ରାମରେ କଙ୍ଗାରୁ କୋର୍ଟ କରି କେତେଜଣ ବ୍ୟକ୍ତି ତାଙ୍କୁ ମାଡ଼ ମାରିଥିଲେ। ୧୨ଟି କେରାଣ୍ଡି ମାଛ ପୋଖରୀରୁ ଧରିଥିବାରୁ ତାଙ୍କୁ ୧୨ ହଜାର ଟଙ୍କା ଅର୍ଥଦଣ୍ତ କରିଥିଲେ। ଗ୍ରାମରେ କଙ୍ଗାରୁ କୋର୍ଟ ସକାଳରୁ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିଥିଲା। ପରେ ଯଶୋବନ୍ତଙ୍କୁ ଗ୍ରାମବାସୀ ଛାଡ଼ି ଦେଇଥିଲେ। ଯୁବକ ରକ୍ତାକ୍ତ ଅବସ୍ଥାରେ ଘରକୁ ଯାଇ ବାପାଙ୍କ ନିକଟରେ ସବୁ କଥା କହିଥିଲେ। ପରେ ଅନ୍ୟ ଏକ ଘରକୁ ଯାଇ ବିଷ ପିଇ ଦେଇଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଠାକୁରମୁଣ୍ଡା ମେଡ଼ିକାଲରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଠାକୁରମୁଣ୍ଡା ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ ବି ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଜଣାପଡ଼ିନାହଁ। ତେବେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି। ମୃତକଙ୍କ ବାପା ଏ ନେଇ ଠାକୁରମୁଣ୍ଡା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ଥାନାରେ ମାମଲା(ନଂ. ୮୪/୨୩)ରୁଜୁ ହୋଇଛି।
Posted inHome, Home Left, ଆମ ଜିଲା ଖବର, ମୟୂରଭଞ୍ଜ View All
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

