ଖସିଲା କରୋନା ଗ୍ରାଫ୍‌, ଆଜି ୧୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟରୁ ସୋମବାର ୧୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୬୫୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୬୫୧ରେ ପହଞ୍ଚିଥିବା ବେଳେ ୧୨,୭୯,୩୨୪ ଜଣ ସୁସ୍ଥ ହୋଇଛନ୍ତି। ୧୪୮ଜଣ ଚିକିିତ୍ସିତ ହେଉଛନ୍ତି।