ଆଇପିଇଏଫ୍‌ରେ ଭାରତ ସମେତ ୧୨ ରାଷ୍ଟ୍ର

ଟୋକିଓ,୨୪ା୫: ଚାଇନାର ଦାଦାଗିରିକୁ ଦୃଷ୍ଟିରେ ରଖି ଆମେରିକା ଅଣପାରମ୍ପରିକ ବାଣିଜ୍ୟ ଚୁକ୍ତିନାମା ଆରମ୍ଭ କରିଛି। ଇଣ୍ଡୋ-ପାସିଫିକ୍‌ ଇକୋନୋମିକ୍‌ ଫ୍ରେମ୍‌ଓ୍ବାର୍କ (ଆଇପିଇଏଫ୍‌)ରେ ଭାରତ ସମେତ ୧୨ଟି ରାଷ୍ଟ୍ରକୁ ସାମିଲ କରାଯାଇଛି। ଆଇପିଇଏଫ୍‌ ଏକ ପାରମ୍ପରିକ ବାଣିଜ୍ୟ ଡିଲ୍‌ ନୁହେଁ, ବରଂ ଅର୍ଥନୈତିକ ବ୍ୟବସ୍ଥାର ଏକ ନୂଆ ନମୁନା। ଏହି ଡିଲ୍‌ ଏକବିଂଶ ଶତାବ୍ଦୀରେ ବାଣିଜ୍ୟ, କାରିଗରି ଏବଂ ଯୋଗାଣ ଶୃଙ୍ଖଳ ପାଇଁ ସର୍ତ୍ତ ଓ ନିୟମ ଧାର୍ଯ୍ୟ କରିବ ବୋଲି ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଜେକ୍‌ ସୁଲ୍ଲିଭିଆନ୍‌ ସୂଚନା ଦେଇଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌, ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଡା, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅନ୍ୟ ସହଯୋଗୀ ରାଷ୍ଟ୍ରର ପ୍ରତିନିଧିମାନଙ୍କ ଉପସ୍ଥିତିରେ ଏହି ଫୋରମ୍‌ ଗଠନ କରାଯାଇଛି। ଆଇପିଇଏଫ୍‌ର ଅନ୍ୟ ସଦସ୍ୟ ରାଷ୍ଟ୍ର ହେଲେ ଅଷ୍ଟ୍ରେଲିଆ, ବ୍ରୁନେଇ, ଇଣ୍ଡୋନେସିଆ, ଜାପାନ, ଦକ୍ଷିଣ କୋରିଆ, ମାଲେସିଆ, ନ୍ୟୁଜିଲାଣ୍ଡ, ଫିଲିପାଇନ୍ସ, ସିଙ୍ଗାପୁର, ଥାଇଲାଣ୍ଡ ଓ ଭିଏତ୍‌ନାମ। ବିଶ୍ୱର ମୋଟ ଘରୋଇ ଉତ୍ପାଦ (ଜିଡିପି)ର ୪୦% ଅବଦାନ ହେଉଛି ଏହି ୧୨ ସହଯୋଗୀ ରାଷ୍ଟ୍ରର। ଏହି ଅବସରରେ ଶକ୍ତି, ଯୋଗାଣ ଶୃଙ୍ଖଳ ଓ ଡିଜିଟାଲ ଟ୍ରେଡ୍‌ କ୍ଷେତ୍ରରେ ସମଭାବାପନ୍ନ ରାଷ୍ଟ୍ରଗୁଡ଼ିକ ମିଳିତ ଭାବେ କାର୍ଯ୍ୟ କରିବେ ବୋଲି ବାଇଡେନ୍‌ କହିଛନ୍ତି। ଉଦ୍‌ଘାଟନୀ ସମାରୋହରେ ମୋଦି କହିଥିଲେ, ଆଇପିଇଏଫ୍‌ ହେଉଛି ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରକୁ ବିଶ୍ୱ ଆର୍ଥତ୍କ ଅଭିବୃଦ୍ଧିର ଇଞ୍ଜିନରେ ପରିଣତ କରିବା ପାଇଁ ଏକ ସାମଗ୍ରିକ ଆଗ୍ରହକୁ ନେଇ ଘୋଷଣାନାମା। ସହଯୋଗୀ ରାଷ୍ଟ୍ରଗୁଡ଼ିକ ସମ୍ମୁଖୀନ ହେଉଥିବା ଆର୍ଥିକ ଆହ୍ବାନଗୁଡ଼ିକର ମୁକାବିଲା ପାଇଁ ଗଠନମୂଳକ ପନ୍ଥା ବାହାର କରିବା ଆବଶ୍ୟକ। ସମସ୍ତ ଇଣ୍ଡୋ-ପାସିଫିକ୍‌ ଦେଶକୁ ନେଇ ଭାରତ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତିବଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri