ସରକାରୀ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ୧୨ ପରିବାର ଉଚ୍ଛେଦ

ସିମୁଳିଆ,୧୫।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ସଦରମହକୁମା ମାର୍କୋଣାରେ ସରକାରୀ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ସୋମବାର ନୀଳକଣ୍ଠେଶ୍ୱର ମନ୍ଦିର ପାର୍ଶ୍ୱରେ ଥିବା ୧୨ଟି ପରିବାରଙ୍କୁ ଉଚ୍ଛେଦ କରାଯାଇଛି ।
ଉପଜିଲାପାଳଙ୍କ ନିର୍ଦ୍ଦେଶରେ ଦୀର୍ଘଦିନ ଧରି ସରକାରୀ ଜମିରେ ରହୁଥିବା ଏହି ବସ୍ତି ବାସିନ୍ଦାଙ୍କୁ ନିର୍ଦ୍ଦେଶ ସଂଖ୍ୟା ୭୩୪୪ ଅନୁଯାୟୀ ଉଚ୍ଛେଦ କରାଯାଇଛି। ସରକାରୀ ପ୍ରଶାସନ ଅଧିକାରୀ ରୂପେ ତହସିଲଦାର ବିଶ୍ୱନାଥ ବିଶ୍ୱାଳ, ଅତିରିକ୍ତ ତହସିଲଦାର ଭୀମକାନ୍ତ ମାଝି, ମାର୍କୋଣା ଆରଆଇ ସାରସୀ ମହାନ୍ତି ଓ ସିମୁଳିଆ ପୋଲିସ ସମେତ ୧ ପ୍ଲାଟୁନ ଫୋର୍ସ ମୁତୟନ ଥିଲେ। ଶୀତ ଦିନରେ ବସ୍ତି ବାସିନ୍ଦାଙ୍କୁ ଉଚ୍ଛେଦ କରାଯିବାରୁ ଏହି ବାସିନ୍ଦାମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଅପରପକ୍ଷେ ପ୍ରଶାସନ ପକ୍ଷରୁ ପଲିଥିନ ଜରି ପକାଯାଇ ଏହି ବାସିନ୍ଦାଙ୍କ ପାଇଁ ଅସ୍ଥାୟୀ ଶିବିର ନିର୍ମାଣ କରାଯିବା ସହିତ ମଧ୍ୟାହ୍ନଭୋଜନ ଯୋଗାଇ ଦିଆଯାଇଛି। ସେହିପରି ବିଦ୍ୟୁତ୍‌ ବିଭାଗ ପକ୍ଷରୁ ସଂଯୋଗ ମଧ୍ୟ ବିଚ୍ଛିନ୍ନ କରାଯାଇଛି। ଆର୍‌ଆଇ ସାରସୀ ମହାନ୍ତି କହିଛନ୍ତି, ଏମାନଙ୍କ ମଧ୍ୟରେ ୪ଜଣ ଭୂମିହୀନ ଥିବା ବେଳେ ଅନ୍ୟମାନଙ୍କର ବିଭିନ୍ନ ସ୍ଥାନରେ କିଛି କିଛି ଜମି ରହିଛି। ଅପରପକ୍ଷେ ଖୁବ୍‌ଶୀଘ୍ର ତଦନ୍ତ କରାଯାଇ ଉପଭୋକ୍ତାମାନଙ୍କୁ ଜମି ଯୋଗାଇ ଦିଆଯିବ ବୋଲି ତହସିଲଦାର ବିଶ୍ୱନାଥ ବିଶ୍ୱାଳ ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ମାର୍କୋଣା ପଞ୍ଚାୟତ ରିଆ ମୌଜାର ଖାତା ନଂ. ୫୫୦, ଖସଡ଼ା ୧୬୮୪ରେ ଥିବା ୨ଏକର ୪୩ଡେସିମିଲ ଜମିରେ ଗତ ୨୩ବର୍ଷ ହେଲା ବିଭିନ୍ନ ୨୫ଟି ପରିବାରର ୧୫୦ଜଣ ଜନସାଧାରଣ ବସବାସ କରିଆସୁଥିଲେ। ପ୍ରତ୍ୟେକବର୍ଷ ତହସିଲ ପକ୍ଷରୁ ନୋଟିସ୍‌ ଜାରି କରାଯାଇ ଖଜଣା ଆଦାୟ କରାଯାଇ ଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?