ଅନଲାଇନ ବେଟିଂ ଆପ ମାମଲା: ଇଡିର ନଜରରେ ୧୨ ସେଲିବ୍ରେଟି, ୧୦୦ରୁ ଅଧିକ ଇନଫ୍ଲୁଏନସର

ନୂଆଦିଲ୍ଲୀ,୫।୧୦: ମହାଦେବ ଅନଲାଇନ ବେଟିଂ ଆପ ସ୍କାମ ମାମଲାରେ ଯାଞ୍ଚ ଏଜେନ୍ସି ଇଡିର ତଦନ୍ତରେ ଆହୁରି ଅନେକ ସେଲିବ୍ରେଟି ଶିକାର ହେବାକୁ ଯାଉଛନ୍ତି। ଇଡି ଶୁକ୍ରବାର ଦିନ ବଲିଉଡ ଅଭିନେତା ରଣବୀର କପୁରଙ୍କୁ ଇଡି ଶିବିରକୁ ଆସିବା ପାଇଁ ସମନ ଜାରି କରିଛି। ଏହି ଅର୍ଥ ହେରଫେର ମାମଲାରେ ଏପର୍ଯ୍ୟନ୍ତ ଇଡି ଦ୍ୱାରା ଚାରି ଜଣଙ୍କୁ ଗିରଫ କରାଯାଇଛି। ତେବେ ଏକ ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ଏହି ଆପ ସ୍କାମ ମାମଲାରେ ୧୭ଜଣ ବଲିଉଡ ସେଲିବ୍ରେଟି ଇଡିର ରାଡାରରେ ଅଛନ୍ତି।
ରଣବୀର କପୁରଙ୍କ ବ୍ୟତୀତ ବଲିଉଡ, ଟଲିଉଡ ଅଭିନେତାଙ୍କ ବ୍ୟତୀତ ଅନେକ କ୍ରୀଡ଼ାବିତ୍‌ ସମେତ ୧୨ରୁ ଅଧିକ ଏ-ଲିଷ୍ଟର୍ସ ସେଲିବ୍ରେଟି ଏଜେନ୍ସିର ରାଡାରରେ ଅଛନ୍ତି। ରଣବୀର କପୁର ଏହି ସେଲିବ୍ରେଟିଙ୍କ ମଧ୍ୟରେ ସର୍ବାଧିକ ପାରିଶ୍ରମିକ ପ୍ରାଉଥିବା ଅଭିନେତା ଏବଂ ସେ ସୋସିଆଲ ମିଡିଆରେ ଏହି ଆପକୁ ପ୍ରୋମୋଟ କରିଥିଲେ।

ଏହି ଆପକୁ ପ୍ରୋମୋଟ କରୁଥିବା ୧୦୦ରୁ ଅଧିକଇନଫ୍ଲୁଏନସରଙ୍କୁ ଇଡି ସମନ ଜାରି କରିବ। ଏହା ବ୍ୟତୀତ ଦୁବାଇରେ ଆପ ପ୍ରମୋଟରଙ୍କ ଦ୍ୱାରା ଆୟୋଜିତ ଏକ ଉତ୍ସବରେ ଯୋଗ ଦେଇଥିବା ୧୪ରୁ ଅଧିକ ସେଲିବ୍ରିଟିଙ୍କୁ ମଧ୍ୟ ପଚରାଉଚରା କରାଯିବ। ତେବେ କପୁରଙ୍କ ବ୍ୟତୀତ ଅନ୍ୟ ସେଲିବ୍ରେଟିଙ୍କ ନାଁ ଇଡି ଏଯାଏଁ ପ୍ରକାଶ କରିନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri