୧୩ରେ ନବରଙ୍ଗପୁରରେ ହେବ ୧୨ ଘଣ୍ଟିଆ ବନ୍ଦ ପାଳନ

ନବରଙ୍ଗପୁର,୧୨।୧ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଧାନମଣ୍ଡିର ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ବିଜେଡି। ଜିଲା ବିଜେଡି ସଭାପତି ମନୋହର ରନ୍ଧାରୀ ଭାଜପା ସରକାରଙ୍କ ଚାଷ ମାରଣାନୀତିକୁ ଦଳ ବିରୋଧ କରୁଥିବା କହିଛନ୍ତି। ଉପମୁଖ୍ୟମନ୍ତ୍ରୀ କେ.ବି.ସିଂହ ଦେଓଙ୍କ ଚାଷୀ ନାଟକ ବାଜୀ ମନ୍ତ୍ରବ୍ୟକୁ ନେଇ କ୍ଷୋଭ ପ୍ରକାଶ କରିବା ସହ ଭାଜପା ମିଲରଙ୍କ ସହିତ ସଲାସୁତରା ହୋଇ ନାଟକବାଜୀ କରୁଛି ବୋଲି କହି ସେ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଧାନମଣ୍ଡିର ଅବ୍ୟବସ୍ଥା ସୁଧାର ପାଇଁ ବିଭିନ୍ନ ଦାବି ନେଇ ଆସନ୍ତା ୧୩ରେ ଜିଲାର ୭ ବ୍ଲକର ଚାଷୀଙ୍କୁନେଇ ଚକଅଖ ବନ୍ଦ କରି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। କିନ୍ତୁ କୌଣସି ଦୋକାନ ବଜାର ବନ୍ଦ ହେବ ନାହିଁ।

କେବଳ ଚକଅଖ ଅଚଳ କରି ନବରଙ୍ଗପୁର, କୋଷାଗୁମୁଡ଼ା, ନନ୍ଦାହାଣ୍ଡି, ପାପଡ଼ାହାଣ୍ଡି, ଡାବୁଗାଁ, ଚନ୍ଦାହାଣ୍ଡି, ତେନ୍ତୁଳିଖୁଣ୍ଟି ବ୍ଲକର ଶତାଧିକ ଚାଷୀ ଆନ୍ଦୋଳନରେ ସାମିଲ ହେବେ ବୋଲି କୁହାଯାଇଛି। ଧାନମଣ୍ଡିରେ କଟ୍‌ନୀଛଟ୍‌ନୀ ବନ୍ଦ, ଜରି ବସ୍ତାକୁ ଅନୁମତି, ପ୍ରତି ଧାନମଣ୍ଡିରେ ୪ହଜାର କୁଇଣ୍ଟାଲ ଧାନ ଉଠାଇବା ଦାବି, ଟୋକନ ଅବଧି ମଧ୍ୟରେ ଚାଷୀଙ୍କ ଧାନ ମଣ୍ଡିରୁ ଉଠାଇବାକୁ ଦାବି କରାଯିବ ବୋଲି ଜିଲା ବିଜେଡି ସଭାପତି ତଥା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ସୂଚନା ଦେଇଛନ୍ତି। ଚାଷୀଙ୍କ ଧାନ ମଣ୍ଡିରୁ ଉଠୁନାହିଁ କିନ୍ତୁ ମିଲରଙ୍କ ଗୋଦାମ କିଭଳି ଧାନ ଭର୍ଭି ହୋଇ ରହିଛି ବୋଲି ପୂର୍ବତନ ଏମ୍‌ପି ପ୍ରଦୀପ ମାଝୀ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri