ମୋବାଇଲ ନେଟୱାର୍କ ଦାବିରେ ୧୨ଘଣ୍ଟିଆ ସମ୍ବଲପୁର-ଦେବଗଡ଼ ଜାତୀୟ ରାଜପଥ ଅବରୋଧ

ଦେବଗଡ,୧।୬(ଡି.ଏନ୍‌.ଏ): ଦେବଗଡ଼ ଜିଲା ସମ୍ବଲପୁର-ଦେବଗଡ଼ ୪୯ନମ୍ବର ଜାତୀୟ ରାଜପଥର କେଳାସ ଛକଠାରେ ବୁଧବାର ୧୨ ଘଣ୍ଟିଆ ଜାତୀୟ ରାଜପଥ ଅବରୋଧ କରାଯାଇଛି। ଏହି ପ୍ରତିବାଦ ତିଳେଇବଣି ବ୍ଳକ ଲଇମୁରା ଅଞ୍ଚଳ ବିକାଶ ଯୁବ ମଞ୍ଚ ପକ୍ଷରୁ କରାଯାଇଥିବା ବେଳେ ସକାଳ ୬ଟାରୁ ସନ୍ଧ୍ୟା ୬ଟାରେ ଶେଷ ହେବ। ଫଳରେ ରାସ୍ତା ଅବରୋଧ ଯୋଗୁ ଉଭୟ ପାର୍ଶ୍ୱରେ ବହୁ ଯାନବାହାନ ଅଟକି ରହିଛି। ସୂଚନାଯୋଗ୍ୟ, ମୋବାଇଲ ନେଟୱାର୍କ ଦାବିରେ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରାଯାଇଛି। ଗ୍ରାମାଞ୍ଚଳରେ ନେଟୱାର୍କ ସଂଯୋଗ ନିମନ୍ତେ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ସେମାନଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇଛନ୍ତି ବୋଲି ବିକାଶ ଯୁବ ମଞ୍ଚ ଅଭିଯୋଗ କରିଛି। ବାରମ୍ବାର ଦାବି ପରେ ବି ପ୍ରଶାସନ କର୍ଣ୍ଣପାତ କରି ନ ଥିବା ବେଳେ କୌଣସି ପଦକ୍ଷେପ ନେଇ ନ ଥିଲା। ଯାହାଫଳରେ ଉତ୍ତ୍ୟକ୍ତ ଗ୍ରାମବାସୀ ବୁଧବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ସକାଳ ୬ଟାରୁ ଦେବଗଡ ଜିଲା ତିଲେଇବଣି ଛକ ନିକଟରେ ଗ୍ରାମବାସୀ ରାସ୍ତା ଅବରୋଧ କରି ପ୍ରତିବାଦ କରିଛନ୍ତି। ଏହି ଆନ୍ଦୋଳନରେ ୫ଖଣ୍ଡ ପଞ୍ଚାୟତର ଗ୍ରାମବାସୀ ସାମିଲ ହୋଇଛନ୍ତି। ଦେବଗଡ ଜିଲା ତିଲେଇବଣି ବ୍ଲକ ଝରାଗୋଗୁଆ, ପାରପୋଷି, ଝାରମୁଣ୍ଡା, ଡିମିରିକୁଦା, ଗଣ୍ଡମ ଆଦି ପଞ୍ଚାୟତରେ ଏବେ ବି ମୋବାଇଲ ସେବା ଅପହଞ୍ଚ ରହିଛି। ଫଳରେ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ଦିଲ୍ଲୀରେ ମେଟ୍ରୋ ବନ୍ଦ ମାମଲା: CJI କହିଲେ ଲଞ୍ଚ୍‌ ପରେ ଦେଖିବା…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସୁରକ୍ଷା କାରଣରୁ ୧୬ଟି ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଛି। ଏହି ମାମଲା ଏବେ ସୁପ୍ରିମ୍ କୋର୍ଟରେ ପହଞ୍ଚିଛି। SCBA…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri