ସବ୍‌ଡିଭିଜନ ଦାବିରେ ୧୨ ଘଣ୍ଟା ବନ୍ଦ

ଲକ୍ଷ୍ମୀପୁର,୪ା୩(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକକୁ ସବ୍‌ଡିଭିଜନ ଦାବିରେ ଲକ୍ଷ୍ମୀପୁର ବିକାଶ ପରିଷଦ ପକ୍ଷରୁ ସୋମବାର ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଉକ୍ତ ଅଞ୍ଚଳରେ ଗାଡ଼ିମୋଟର ଚଳାଚଳ ଓ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ବିକାଶ ପରିଷଦ କର୍ମକର୍ତ୍ତାମାନେ ୩୨୬ ନମ୍ବର ଜାତୀୟ ରାଜପଥରେ ଟାୟାର ଜାଳି, ରାସ୍ତା ଅବରୋଧ କରି ବନ୍ଦ ପାଳନ କରିଥିଲେ। ଫଳରେ ଜାତୀୟ ରାପଥର ଉଭୟ ପାର୍ଶ୍ୱରେ ଗାଡ଼ିମୋଟର ଚଳାଚଳ କରି ନ ପାରି ଅଟକି ରହିଥିଲା।

ଦୀର୍ଘ ବର୍ଷ ହେଲା ନାରାୟଣପାଟଣା, ଦଶମନ୍ତପୁର, ବନ୍ଧୁଗାଁ ଓ ଲକ୍ଷ୍ମୀପୁର ୪ ବ୍ଲକକୁ ନେଇ ଲକ୍ଷ୍ମୀପୁରକୁ ସବ୍‌ଡିଭିଜନ ପାଇଁ ଦାବି ହୋଇଆସୁଛି। ୨୦୧୮ରେ କୈଳାସ ଚନ୍ଦ୍ର କୁଲେସିକା ବିଧାୟକ ଥିବାବେଳେ ମଧ୍ୟ ଲକ୍ଷ୍ମୀପୁରକୁ ସବ୍‌ଡିଭିଜନ ପାଇଁ ଦାବି କରିଥିଲେ। ସରକାର ଏହାକୁ ବିଚାରକୁ ନେଇ ଦାବିପୂରଣ ଦିଗରେ ପଦକ୍ଷେପ ନେବେ ବୋଲି ସେତେବେଳେ ପ୍ରତିଶ୍ରୁତି ଦେଇଥିଲେ।

୫ ବର୍ଷ ପରେ ମଧ୍ୟ ଏହି ଦାବି ପୂରଣ ହୋଇନାହିଁ। ବିକାଶ ପରିଷଦ କର୍ମକର୍ତ୍ତା ଏହି ଦାବିକୁ ଦୋହରାଇ ଲକ୍ଷ୍ମୀପୁର ବନ୍ଦ ସହ ଧାରଣା ଦେଇଥିଲେ। ଧାରଣା ସ୍ଥଳରେ ବିଡିଓ ଗୁରେଶ୍ୱର ଭୋଇ, ତହସିଲଦାର ନୈବେଦ୍ୟ ଭୋଇ, ଏସ୍‌ଡିପିଓ ବିରଞ୍ଚତ୍ ନାରାୟଣ ଜଗତ ଓ ଆଇଆଇସି ସୁଜ୍ଞାନୀ ସାହୁ ପହଞ୍ଚି ଲୋକଙ୍କ ସହ ଆଲୋଚନା କରିଥିଲେ। ଲୋକମାନେ ଜିଲା ପ୍ରଶାସନ ଘଟଣାସ୍ଥଳକୁ ଆସି ଆଲୋଚନା କରିବାକୁ ଦାବି କରିଥିଲେ।

ଆଲୋଚନାରୁ କିଛି ସୁଫଳ ନ ମିଳିବାରୁ ଶେଷରେ ବିକାଶ ପରିଷଦ ସଦସ୍ୟ ଅମରେଶ ଶତପଥୀ, ମନୋଜ ସାହୁ, ଉମାଶଙ୍କର କର୍କରା ଓ ପ୍ରଶାସନିକ ଅଧିକାରୀ ମିଳିତ ଭାବେ ଜିଲା ପ୍ରଶାସନିକ ଅଧିକାରୀଙ୍କ ନିକଟକୁ ଆଲୋଚନା ପାଇଁ କୋରାପୁଟ ଯାଇଥିଲେ। ସେଠାରେ ସେମାନେ ଜିଲାପାଳଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ବେଳେ ଲକ୍ଷ୍ମୀପୁର ସବ୍‌ଡିଭିଜନ ପାଇଁ ତ୍ୱରିତ ପଦକ୍ଷେପ ନେବାକୁ ସରକାରଙ୍କ ଦୃଷ୍ଟିକୁ ଅଣାଯିବ ବୋଲି ଜିଲାପାଳ ଭି.କୀର୍ତ୍ତିଭାସନ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ବନ୍ଦରେ ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡ଼ିକା ଓ ଦଶମନ୍ତପୁର ବ୍ଲକ ପୂର୍ବତନ ଅଧ୍ୟକ୍ଷ ରାଜେନ୍ଦ୍ର ହୁଇକା ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?