ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ଜଙ୍ଗଲରୁ ଉଦ୍ଧାର ଘଟଣା: ମଙ୍ଗଳବାର ବରଗଡ଼ରେ ୧୨ଘଣ୍ଟିଆ ବନ୍ଦ ଡାକରା

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ମାମଲା ସାରାରାଜ୍ୟରେ ହଇଚଇ ସୃଷ୍ଟି କରିଛି। ପୀଡିତା ଏବେ ମଧ୍ୟ ଭୀମସାର୍, ବୁର୍ଲାରେ ଚିକିତ୍ସାଧିନ ଅଛନ୍ତି। ଅନ୍ୟପକ୍ଷରେ ଏପର୍ଯ୍ୟନ୍ତ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ପାରି ନାହିଁ। ଏହାକୁ ନେଇ ଅସନ୍ତୋଷ ବଢିବାରେ ଲାଗିଛି। ତେବେ ଏଭଳି ଏକ ସମ୍ବେଦନଶୀଳ ଘଟଣାକୁ ନେଇ ବରଗଡ଼ ସଚେତନ ନାଗରିକ ମଞ୍ଚ ଆହ୍ବାନରେ ଶନିବାର ସନ୍ଧ୍ୟାରେ ସ୍ଥାନୀୟ ଅଗ୍ରଗାମୀ ଯୁବକ ସଂଘ ପରିସରରେ ସର୍ବଦଳୀୟ ବୈଠକ ହୋଇଥିଲା। ବୈଠକରେ କଂଗ୍ରେସ, ବିଜେଡି, ଆମ ଆଦମୀ ପାର୍ଟି ସମେତ ବିଭିନ୍ନ ସାମାଜିକ ଅନୁଷ୍ଠାନର ପ୍ରତିନିଧିମାନେ ଉପସ୍ଥିତ ଥିଲେ। ବୈଠକରେ ଘଟଣାକୁ ନିନ୍ଦା କରାଯାଇଥିଲା। ଏହା ସହିତ ଏହି ଘଟଣାରେ ପୋଲିସ, ପ୍ରଶାସନର କାର୍ଯ୍ୟକଳାପକୁ ସମାଲୋଚନା କରାଯାଇଥିଲା। ପୋଲିସ, ପ୍ରଶାସନ ଏଭଳି ଏକ ସମ୍ବେଦନଶୀଳ ଘଟଣାକୁ ହାଲୁକା ଭାବେ ଗ୍ରହଣ କରୁଥିବା ଅଭିଯୋଗ କରି ଆସନ୍ତା ୨୧ ତାରିଖ ମଙ୍ଗଳବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ଘଣ୍ଟିଆ ବରଗଡ଼ ବନ୍ଦ ପାଳନ ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ଏଥିରୁ ଜରୁରୀକାଳୀନ ସେବାକୁ ବାଦ୍ ଦିଆଯିବ ବୋଲି ସୂଚନା ଦିଆଯାଇଛି।

ପ୍ରକାଶଥାଉକି, ଗତ ୧୨ତାରିଖ ଧନୁଯାତ୍ରା ଦେଖିବାକୁ ଆସିଥିବା ବେଳେ ପୀଡିତା ନିଖୋଜ ହୋଇ ଯାଇଥିଲେ। ନିଖୋଜ ହେବାର ପ୍ରାୟ ୪୮ ଘଣ୍ଟା ପରେ ଅର୍ଥାତ୍ ଗତ ୧୪ତାରିଖ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପୀଡିତା ଉଦ୍ଧାର ହୋଇଥିଲେ। ତାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ଉଦ୍ୟମ ହୋଇଥିବା ନେଇ ପୀଡିତାଙ୍କ ମା ବରଗଡ଼ ଟାଉନ ଥାନାରେ ଏତଲା ଦେଇଛନ୍ତି। ପୋଲିସ୍ ଏକ ମାମଲା ରୁଜୁ କରି ତଦନ୍ତ ଚଲାଇଛି। କିନ୍ତୁ ଏପର୍ଯ୍ୟନ୍ତ ଅଭିଯୁକ୍ତଙ୍କୁ ଗିରଫ କରି ପାରି ନାହିଁ। ଅନ୍ୟପକ୍ଷରେ ପୋଲିସ ଜାଲରେ ଅଭିଯୁକ୍ତମାନେ ପଡି ସାରିଛନ୍ତି ଏବଂ ପୋଲିସ ଅଧିକ ପଚରାଉଚରା ଜାରି ରଖିଛି ବୋଲି ସାଧାରଣରେ ଆଲୋଚିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ...

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri