ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ

ଭୁବନେଶ୍ୱର,୨୧ା୮(ଅନୁରାଧା ମହାରଣା):ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ଜନଜାତି(ଏସ୍‌ଟି)ଙ୍କ ମଧ୍ୟରେ ଉପବର୍ଗୀକରଣ ତଥା ସଂରକ୍ଷଣ ନେଇ ଅଗଷ୍ଟ ୧ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ସଂଖ୍ୟାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟି ଓ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ବୁଧବାର (ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ) ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଓଡ଼ିଶାରେ ମିଳିତ କ୍ରିୟାନୁଷ୍ଠାନ କମିଟି ସହ ବିଭିନ୍ନ ରାଜନୈତିକ ଦଳ ଭାରତ ବନ୍ଦକୁ ସମର୍ଥନ ଜଣାଇଛି। କମିଟି ପକ୍ଷରୁ କୁହାଯାଇଛି ଯେ, ସୁପ୍ରିମକୋର୍ଟଙ୍କ ରାୟ ଅନୁସୂଚିତବର୍ଗଙ୍କ ସଂରକ୍ଷଣ ବ୍ୟବସ୍ଥାକୁ ଅକାମୀ କରିଦେବ ଓ ଅଧିକ ସଂଖ୍ୟକ ସାଧାରଣବର୍ଗର ବ୍ୟକ୍ତିମାନେ ଏହାଦ୍ୱାରା ଉପକୃତ ହେବେ। ସୁପ୍ରିମକୋର୍ଟ ଏସ୍‌ସି, ଏସ୍‌ଟିଙ୍କ ସ୍ଥିତିର ଠିକ୍‌ ଆକଳନ ନ କରି ଏବଂ ଏହି ବର୍ଗର ସୁରକ୍ଷା ନିମନ୍ତେ ରହିଥିବା ସାମ୍ବିଧାନିକ ଅନୁଷ୍ଠାନ ଓ ମନ୍ତ୍ରଣାଳୟ ସହ ପରାମର୍ଶ ନ କରି ଦେଇଥିବା ରାୟର ପୁନର୍ବିଚାର ପାଇଁ ଦାବି କରାଯାଇଛି। ବୁଧବାର ଭୁବନେଶ୍ୱର ସମେତ ସବୁ ଜିଲାରେ ଶାନ୍ତିପୂର୍ଣ୍ଣ ପିକେଟିଂ ସହ ମହାପ୍ରତିବାଦ ପ୍ରଦର୍ଶନ କରାଯିବ। ଏଥିରେ
ସାମିଲ ହେବାକୁ ଆହ୍ବାନ ଦିଆଯାଇଛି। ଅଭିରାମ ମଲ୍ଲିକଙ୍କ ସଂଯୋଜନାରେ ମଙ୍ଗଳବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭଜମନ ବେହେରା, ସିପିଆଇ (ଏମ୍‌ଏଲ) ଲିବରେଶନ ନେତା ମହେନ୍ଦ୍ର ପରିଡ଼ା, ଫର୍‌ୱାର୍ଡ଼ ବ୍ଲକର ଜ୍ୟୋତିରଞ୍ଜନ ମହାପାତ୍ର, ସିପିଆଇ (ଏମ୍‌ଏଲ) ରେଡ଼ଷ୍ଟାର୍‌ର ପ୍ରମିଳା ବେହେରା ଏହି ନିବେଦନ କରିଛନ୍ତି।
ଶିକ୍ଷାନୁଷ୍ଠାନ ଓ ସରକାରୀ ନିଯୁକ୍ତିରେ ସଂରକ୍ଷିତ ସ୍ଥାନ ପୂରଣ ହୋଇପାରୁ ନ ଥିବାବେଳେ ଏହି ରାୟ ଆଧାରରେ ସଂରକ୍ଷଣରୁ ବାଦ୍‌ ଦିଆଗଲେ ଅଧିକରୁ ଅଧିକ ପଦବୀ ଓ ସ୍ଥାନ, ଅଣସଂରକ୍ଷିତ ବର୍ଗ ହାତେଇ ନେବେ ବୋଲି ନେତୃବୃନ୍ଦ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri