ଆଇନଜୀବୀଙ୍କୁ ଆକ୍ରମଣ ପ୍ରତିବାଦରେ ୧୨ ଘଣ୍ଟିଆ କାମାକ୍ଷାନଗର ବନ୍ଦ

କାମାକ୍ଷାନଗର,୧୩ା୧୦(ଡି.ଏନ୍‌.ଏ.): ଜଣେ ଆଇନଜୀବୀଙ୍କୁ ଆକ୍ରମଣ ପ୍ରତିବାଦରେ ଗୁରୁବାର ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛି କାମାକ୍ଷାନଗର ଓକିଲ ସଂଘ। ଫଳରେ ଏହି ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି ଏଠାରେ। ଦୋକାନ ବଜାର ବନ୍ଦ ରହିବା ସହିତ ଗାଡ଼ି ଚଳାଚଳ ମଧ୍ୟ ବନ୍ଦ ରହିଛି। ବୁଧବାର ଓକିଲ ସଂଘ ପକ୍ଷରୁ ବଣିକ ସଂଘ,ସମସ୍ତ ବଜାର କମିଟି, ବସ୍‌ ଆସୋସିଏଶନ ସମେତ ଅନ୍ୟ ସଂଗଠନକୁ ମଧ୍ୟ ଅନୁରୋଧ କରିଥିଲେ ଏହି ବନ୍ଦକୁ ସଫଳ କରିବା ପାଇଁ।

ସୂଚନାନୁସାରେ ଗତ ୨୮ ତାରିଖରେ ଆଇନଜୀବୀ ଶଶଧର ମହାନ୍ତି ,ଭୂବନ ଓକିଲ ସଂଘର ସମ୍ପାଦକ ପ୍ରହ୍ଲାଦ ସାହୁ ଓ ଭୁବନ କୋର୍ଟର ୨ଜଣ କର୍ମଚାରୀ କାମାକ୍ଷାନଗରର ଏକ ହୋଟେଲକୁ ରାତି ଭୋଜନ କରିବାକୁ ଯାଇଥିବା ବେଳେ ସେଠାରେ କିଛି ଅସାମାଜିକ ଯୁବକ ତାଙ୍କୁ ମାଡ଼ ମାରିବାରୁ ସମସ୍ତେ ଆହତ ହୋଇଥିବା ବେଳେ ଆଇନଜୀବୀ ଶଶଧର ମହାନ୍ତି ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ତାଙ୍କର ଅବସ୍ଥା ଏବେବି ସଙ୍କଟାପନ୍ନ ରହିଛି। ତେବେ ଏହା ଭିତରେ ୧୫ ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ କେବଳ ଜଣଙ୍କୁ ଗିରଫ କରି ହାତିବାନ୍ଧି ବସିପଡ଼ିଛି। ଓକିଲ ସଂଘ ପକ୍ଷରୁ ପୋଲିସକୁ ବାରମ୍ବାର ଅଭିଯୋଗ କରିବାକୁ ଯାଇଥିଲେ ମଧ୍ୟ ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ କରିବା ପାଇଁ କୌଣସି ପଦକ୍ଷେପ ଗ୍ରହଣ କରୁନାହିଁ। ଏହାର ପ୍ରତିବାଦରେ ଆଜି କାମାକ୍ଷାନଗରକୁ ୧୨ ଘଣ୍ଟିଆ ସମ୍ପୂର୍ଣ୍ଣ ବନ୍ଦ ରଖିବାକୁ ଆହ୍ବାନ ଦେଇଛି ଓକିଲ ସଂଘ। ବନ୍ଦର ପ୍ରଭାବ ମଧ୍ୟ ଦେଖିବାକୁ ମିଳିଛି। ଯାଜପୁର -ଭୁବନ -କାମାକ୍ଷାନଗର -ତାଳଚେର – ଅନୁଗୋଳକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ୫୩ ଅବରୋଧ ହୋଇଛି। ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ଥିବାବେଳେ ଢେଙ୍କାନାଳ ଜିଲା ସଦରମହକୁମାକୁ ମଧ୍ୟ ଯାତାୟାତ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?