୪ରେ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ

 ନବରଙ୍ଗପୁର ,୩।୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ମିଳିତ କ୍ରିୟାନୁଷ୍ଠାନ  କମିଟି ପକ୍ଷରୁ ଆସନ୍ତା ୪ରେ ୧୨ ଘଣ୍ଟିଆ   ନବରଙ୍ଗପୁର  ଜିଲା ବନ୍ଦ ଡାକରା ଦିଆଯାଇଛି। ଏ ନେଇ ସ୍ଥାନୀୟ ଭତରା ଭବନରେ  ଏକ  ଖବରଦାତା ସମ୍ମିଳନୀକରି କମିଟି ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର  ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ  ଜିଲାରେ ଚକ ଅଖ, ଦୋକାନ ବଜାର, ଶିକ୍ଷାନୁଷ୍ଠାନ, ସରକାରୀ ବେସରକାରୀ ପ୍ରତିଷ୍ଠାନ ବନ୍ଦ କରାଯିବ ବୋଲି କମିଟି  ପକ୍ଷରୁ  କୁହାଯାଇଛି। ରାଜ୍ୟସ୍ତରୀୟ ନିଯୁକ୍ତି ପ୍ରକ୍ରିୟା ବନ୍ଦକରି ଜିଲାସ୍ତରୀୟ ନିଯୁକ୍ତି  ଦେବାକୁ ଦାବି ହୋଇଛି।
   ଯୁବତୀଯୁବକ  ଶିକ୍ଷିତ ହୋଇ ଯୋଗ୍ୟତା ଥାଇ ମଧ୍ୟ   ଜିଲାରେ ଗ୍ରୁପ୍‌ ସି  ଏବଂ ଡି ଗ୍ରେଡ୍‌ର ଚାକିରି ପାଇପାରୁନାହାନ୍ତି। ବେକାର ହୋଇ ରହୁଛନ୍ତି। ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି।  ଜିଲାରେ  ବେକାରି  ସମସ୍ୟା ବଢୁଛି। ବିଗତ ଦିନରେ ନବରଙ୍ଗପୁର ଜିଲାର କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ୮୬୦ ଗୋଟି ପଦବୀ ବାହାରିଥିଲା।  ସେଥିରୁ  ଜିଲାର ୧୩୪ ଜଣ ପ୍ରାର୍ଥୀ ହିଁ ନିଯୁକ୍ତି ପାଇଛନ୍ତି।  ବଳକା ୭୨୬ ପିଲା ବାହାର ଜିଲାର।  ତେଣୁ ନବରଙ୍ଗପୁର  ଜିଲାବାସୀ  ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ  ଏହି ବନ୍ଦ ପାଳନରେ ସାମିଲ ହେବାକୁ ମିଳିତ କ୍ରିୟାନୁଷ୍ଠାନ କମିଟି ଆହ୍ବାନ ଦେଇଛି।   ଦାବି ପୂରଣ ନ ହେଲେ  ୫ରୁ ୭ ତାରିଖ  ପର୍ଯ୍ୟନ୍ତ  ଡିଇଓଙ୍କ କାର୍ଯ୍ୟଳୟ ସମ୍ମୁଖରେ ଗଣଧାରଣା ଦିଆଯିବା ସହ ଜିଲାରେ କଳାଦିବସ ପାଳନ କରାଯିବ ବୋଲି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।
ବୁଧବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ୩ ଘଣ୍ଟା ନବରଙ୍ଗପୁର ଗାନ୍ଧୀ ଛକ ନିକଟରେ ପାଟିରେ କଳାକନା ବାନ୍ଧି ଜିଲାଭିତ୍ତିକ ନିଯୁକ୍ତି ଦାବି ଓ ରାଜ୍ୟଭିତ୍ତିକ ନିଯୁକ୍ତି ପ୍ରକ୍ରିୟାକୁ ବିରୋଧ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଡାବୁଗାଁ  ବିଧାୟକ ମନୋହର ରନ୍ଧାରୀ, ନବରଙ୍ଗପୁର ପୂର୍ବତନ ଏମ୍‌ପି ପ୍ରଦୀପ ମାଝୀ, ପିସିସି ଉପସଭାପତି ମୁନା ତ୍ରିପାଠୀ, ପୂର୍ବତନ ଏମ୍‌ପି ଭଗବାନ ମାଝୀ, ପୂର୍ବତନ ବିଧାୟକ ସଦାଶିବ ପ୍ରଧାନୀ, ଭୁଜବଳ ମାଝୀ, କୌଶଲ୍ୟା ପ୍ରଧାନୀ, ଅଖିଳ ଭାରତୀୟ ଅନୁସୂଚିତ ଜାତି ଓ ଜନଜାତି  ପରିଷଦର ସଭାପତି ଭଗବାନ ବୈରାଗୀ, ସିରାଜୁଦ୍ଦିନ ଅହମ୍ମଦ, ଓଡ଼ିଶା ଆଦିବାସୀ ଅଧିକାର ମଞ୍ଚ ଜିଲା ସମ୍ପାଦକ ରାଜେଶ ଜାନୀ,  ଦକ୍ଷିଣ ଓଡ଼ିଶା ଆଦିବାସୀ ମହାସଂଘ ସଭାପତି ଅର୍ଜୁନ ଭତରା, ଜନଜାତି ସୁରକ୍ଷା ମଞ୍ଚର ଉପସଭାପତି ରତନ ମାଝୀ, ଦିଲୀପ ପ୍ରଧାନୀ, ଜଗନାଥ ବାଘେଙ୍କ ସମେତ ବିଭିନ୍ନ ସଙ୍ଗଠନ ସଦସ୍ୟ ଓ କର୍ମକର୍ତ୍ତା  ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri